ସ୍କୁଟିକୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ

ଅନୁଗୋଳ,୧୨ା୨(ଅମିତ କୁମାର ସାମଲ): ଟ୍ରକ୍‌ ଦୁର୍ଘଟଣାରେ ସୋମବାର ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବଅଁରପାଳ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି।

ସୂଚନାନୁଯାୟୀ, ସୁନୀତା ସାହୁ ନାମକ ଜଣେ ମହିଳା ଏକ ସ୍କୁଟିରେ ବଅଁରପାଳରୁ ତାଳଚେର ଅଭିମୁଖେ ଯାଉଥିବା ସମୟରେ ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁନୀତାଙ୍କ ମୃତ୍ୟୁ ହୋଇଛି। ଜାତୀୟ ରାଜପଥର ଦୁରାବସ୍ଥା ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଏ ସମ୍ପର୍କରେ ଖବର ପାଇ ବଅଁରପାଳ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି। ଦୁର୍ଘଟଣା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ ଅଟକି ରହିଛି। ସ୍ଥାନୀୟ ତହସିଲଦାର ଓ ପୋଲିସ ଉତ୍ତେଜିତ ଲୋକଙ୍କୁ ବୁଝଶୁଝା କରି ଯାତାୟାତ ସ୍ବାଭାବିକ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri