Odisha Elections 2024

ମଙ୍ଗଳବାର ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ

ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ): ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ହସ୍ପିଟାଲ ମ୍ୟାନେଜମେଣ୍ଟ ଇନଫର୍ମେସନ ସିଷ୍ଟମ (ଏଚ୍‌ଏମ୍‌ଆଇଏସ୍‌) ବେଞ୍ଚ୍‌ ମାର୍କ ଅନୁସାରେ ରୋଗୀସେବା, ରୋଗୀ ସନ୍ତୁଷ୍ଟିକରଣ, ବେଡ୍‌ ଆକ୍ୟୁପାନ୍ସି, ସର୍ଜରି ସୁବିଧା, ଗୁଣବତ୍ତା ପରି ୩୨ଟି ବର୍ଗରେ ବିଭିନ୍ନ ମାନଦଣ୍ଡ ଆଧାରରେ ଏହି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ ହୋଇଛି। ୨୦୨୦-୨୧, ୨୦୨୧-୨୨, ୨୦୨୨-୨୩ ବର୍ଷ ପାଇଁ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ସେହିପରି ସ୍ବାସ୍ଥ୍ୟସେବାରେ ଉତ୍କର୍ଷତା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିବ। ମଙ୍ଗଳବାର ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ପ୍ରଦାନ କରିବେ। ଏହି କ୍ରମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ରଙ୍କୁ ସ୍ବାସ୍ଥ୍ୟସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି। କୋଭିଡ୍‌ ସମୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉତ୍ତମ ସେବା ଯୋଗାଇଥିବା ଡାକ୍ତର, ନର୍ସ, ଲାବ୍‌ ଟେକ୍ନିସିଆନ, ହସ୍ପିଟାଲ ସମେତ ବିଭିନ୍ନ ବର୍ଗରେ ମୋଟ ୧୫୩ଟି ପୁରସ୍କାର ଦିଆଯିବ। ଏହା ପରଠାରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri