ଆଜି ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ

ଭୁବନେଶ୍ୱର, ୧୩।୨(ଅସମାପିକା ସାହୁ):ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ହସ୍ପିଟାଲ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ର଼୍ୟାଙ୍କିଙ୍ଗ ପ୍ରକାଶ କରିବେ। ରାଜ୍ୟର ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଳୟ, ଉପଜିଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ହସ୍ପିଟାଲ ମ୍ୟାନେଜମେଣ୍ଟ ଇନଫର୍ମେଶନ ସିଷ୍ଟମ (ଏଚ୍‌ଏମ୍‌ଆଇଏସ୍‌) ବେଞ୍ଚ୍‌ ମାର୍କ ଅନୁସାରେ ରୋଗୀସେବା, ରୋଗୀ ସନ୍ତୁଷ୍ଟୀକରଣ, ବେଡ୍‌ ଆକ୍ୟୁପାନ୍ସି, ସର୍ଜରି ସୁବିଧା, ଗୁଣବତ୍ତା ପରି ୩୨ଟି ବର୍ଗରେ ବିଭିନ୍ନ ମାନଦଣ୍ଡ ଆଧାରରେ ଏହି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ ହୋଇଛି। ୨୦୨୦-୨୧, ୨୦୨୧-୨୨, ୨୦୨୨-୨୩ ବର୍ଷ ପାଇଁ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇବ। ସେହିପରି ସ୍ବାସ୍ଥ୍ୟସେବାରେ ଉତ୍କର୍ଷତା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିବ। ମଙ୍ଗଳବାର ଲୋକସେବା ଭବନରେ ଆୟୋଜିତ ହେବାକୁଥିବା ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାର ପ୍ରଦାନ କରିବେ। ଏହି କ୍ରମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ରଙ୍କୁ ସ୍ବାସ୍ଥ୍ୟସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି। କୋଭିଡ୍‌ ସମୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉତ୍ତମ ସେବା ଯୋଗାଇଥିବା ଡାକ୍ତର, ନର୍ସ, ଲାବ୍‌ ଟେକ୍ନିସିଆନ, ହସ୍ପିଟାଲ ସମେତ ବିଭିନ୍ନ ବର୍ଗରେ ମୋଟ ୧୫୩ଟି ପୁରସ୍କାର ଦିଆଯିବ। ଏହା ପରଠାରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri