ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ୨୦ରୁ ୨୫ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।

ସୂଚନାଥାଉ କି, ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା, ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୧୧ରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି।
୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ।
୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା’ଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri