ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ

କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷ କରି ହୋଟେଲ ଓ ରେଷ୍ଟୁରାଣ୍ଟଗୁଡ଼ିକର ପରିମଳ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ ଓ ସୁଦୃଢ଼ କରିବା ଉପରେ ନୂତନ କମିଶନର ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗୁରୁତ୍ୱ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଚୌଧୁରୀବଜାରସ୍ଥିତ ଟାଉନ୍‌ହଲରେ ଏକ ଗୁରୁ୍‌ତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ଲଜିଂଗୁଡିକର ମାଲିକମାନେ ବୈଠକରେ ଯୋଗଦେଇଥିଲେ। ହୋଟେଲ ଓ ରେଷ୍ଟୁରାଣ୍ଟରୁ ବାହାରୁଥିବା ବର୍ଜ୍ୟଗୁଡିକୁ ସେମାନେ ସିଏମସିକୁ ସହଜରେ ଯେପରି ହସ୍ତାନ୍ତର କରିପାରିବେ ସେନେଇ ସଚେତନ କରାଯାଇଛି। ପ୍ରତ୍ୟେକ ଦିନ ସକାଳ ୯ଟା ମଧ୍ୟରେ ଅଳିଆ ବୁହା ଗାଡ଼ି ଏହି ବ୍ୟବସାୟ ସଂସ୍ଥାଗୁଡ଼ିକରୁ ଆବର୍ଜନା ସଂଗ୍ରହ କରିବ ବୋଲି ସିଏମସି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ବ୍ୟବସାୟୀମାନେ ମଧ୍ୟ ଏଥିରେ ପୂର୍ଣ୍ଣ ସହଯୋଗ କରିବେ ବୋଲି ରାଜି ହୋଇଥିଲେ ା ସେମାନେ ଧାର୍ଯ୍ୟ ନିୟମାବଳୀ ନ ମାନି କରି ଅଳିଆ ଆବର୍ଜନା ସିଏମସି ବର୍ଜ୍ୟବୁହା ଗାଡ଼ିରେ ଯଦି ନ ଦିଅନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଏମସି ପକ୍ଷରୁ ଚେତାଇ ଦିଆଯାଇଛି। ଅତିରିକ୍ତ କମିଶନର ଅନାମ ପାତ୍ର, ଡେପୁଟି କମିଶନର ସୁବ୍ରତ ବେହେରା, ସହର ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କ ସମେତ ପରିମଳ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri