ଖୋର୍ଦ୍ଧାରେ ଫୁଡ୍‌ପାର୍କ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୁବଗୋଷ୍ଠୀ ପାଇଁ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୬ା୨(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧାଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖୋର୍ଦ୍ଧାଠାରେ ଇଡ୍‌କୋ ଦ୍ୱାରା ନିର୍ମାଣ କରାଯାଇଥିବା ନୂତନ ଫୁଡ୍‌ପାର୍କକୁ ମୁଖ୍ୟମନ୍ତ୍ରୀ ଗୁରୁବାର ଉଦ୍‌ଘାଟନ କରିଥିବା ବେଳେ କାଳିବେଟି ନିକଟରେ ନୂତନ ଶିଳ୍ପ ପାର୍କର ଶିଳାନ୍ୟାସ କରିଛନ୍ତି। ଫୁଡ୍‌ପାର୍କରେ ପେପ୍‌ସି, ନେସ୍‌ଲେ, ଇଣ୍ଡୋ ନିସିନ ଶିଳ୍ପ ସହ ସେମାନଙ୍କ ଅନ୍ୟାନ୍ୟ ଆନୁଷଙ୍ଗିକ ଫୁଡ୍‌ ୟୁନିଟ୍‌ ନିର୍ମାଣ କରିବେ।

କାଳିବେଟିଠାରେ ପୋଷାକ ପ୍ରସ୍ତୁତକାରୀ କମ୍ପାନୀ, ଇପିକ, ମାସ୍‌ ହୋଲ୍ଡିଂସ, ଇଣ୍ଡିଆନ ଷ୍ଟିଚେସ୍‌ ଏବଂ ଅନ୍ୟାନ୍ୟ ବଡ଼ ବଡ଼ କମ୍ପାନୀ ସେମାନଙ୍କ ଶିଳ୍ପ ୟୁନିଟ୍‌ ସ୍ଥାପନ କରିବେ। ଏବେ ସୁଦ୍ଧା ୧୦ଟି ଶିଳ୍ପ ସଂସ୍ଥା ନିଜ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ୱାରା କଠିନ ପରିଶ୍ରମର ଫଳସ୍ବରୂପ ଉକ୍ତ ଶିଳ୍ପ ସଂସ୍ଥା ନିଜର ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ଉକ୍ତ କମ୍ପାନୀଗୁଡ଼ିକ ରାଜ୍ୟରେ ହଜାର ହଜାର ଯୁବଗୋଷ୍ଠୀଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବ। ଏଥିସହିତ ଶିଳ୍ପ ଅଭିବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧାବାସୀଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।

ଏହି ଶିଳ୍ପାଞ୍ଚଳରେ ରାଜ୍ୟ ସରକାର ୩ଟି ବୃହତ୍‌ କର୍ମଜୀବୀ ମହିଳା ହଷ୍ଟେଲ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି। ସେହି ହଷ୍ଟେଲଗୁଡ଼ିକ ଡେରାସ, କାଳିବେଟି ଏବଂ ଭୁଇନପୁରଠାରେ ନିର୍ମାଣ କରାଯିବ। ଏହି କାର୍ଯ୍ୟକ୍ରମରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଶିଳ୍ପ ସଂସ୍ଥାଗୁଡ଼ିକର ବରିଷ୍ଠ ବ୍ୟକ୍ତି, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri