Posted inଖେଳ

ଯୁବରାଜ ସିଂଙ୍କ ମା’ଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି

ନୂଆଦିଲ୍ଲୀ,୧୬।୨: ପୂର୍ବତନ ଟିମ ଇଣ୍ଡିଆ କ୍ରିକେଟର ଯୁବରାଜ ସିଂଙ୍କ ମା’ ଶବନମ ସିଂଙ୍କ ଘରେ ଚୋରି ହୋଇଛି। ଯଦିଓ ଏହି ମାମଲା ୬ମାସ ପୁରୁଣା, କିନ୍ତୁ ଶବନମ ସିଂ ବର୍ତ୍ତମାନ ପୋଲିସ ନିକଟକୁ ଯାଇ ମାମଲା ରୁଜୁ କରିଛନ୍ତି ବା ଏଫଆଇଆର ଦେଇଛନ୍ତି। କୁହାଯାଉଛି ଯେ କେବଳ ହରିୟାଣାର ପଞ୍ଚକୁଲାସ୍ଥିତ ଶବନମ ସିଂଙ୍କ ଘରେ କାମ କରୁଥିବା ଲୋକମାନେ ଏହି ଚୋରି କରିଥିବା ସନ୍ଦେହ କରାଯାଉଛି। ତେବେ ଏପର୍ଯ୍ୟନ୍ତ ଏହି ମାମଲାରେ କାହାକୁ ଗିରଫ କରାଯାଇ ନାହିଁ।

ପୂର୍ବତନ ଭାରତୀୟ ଦଳର ଅଲରାଉଣ୍ଡର ଯୁବରାଜ ସିଂଙ୍କ ମା’ ଶବନମ ସିଂ ଏମଡିସି ପୋଲିସ ଷ୍ଟେଶନରେ ଚୋରି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ସେପ୍ଟେମ୍ବର ୨୦୨୩ ରେ ତାଙ୍କ ଘର -୧୮ ରେ ଚୋରି ହୋଇଥିଲା। ଏ ବିଷୟରେ ବିସ୍ତୃତ ସୂଚନା ଦେଇ ସେ କହିଛନ୍ତି ଯେ ଘରେ ଦୁଇଜଣ କେୟାର ଟେକର ଥିଲେ ଏବଂ ସେମାନେ ହିଁ ଏହି ଚୋରି କରିଥିଲେ। ଘରର ଆଲମାରୀରୁ ସୁନା ଅଳଙ୍କାର ଏବଂ ୭୫ ହଜାର ଟଙ୍କା ନଗଦ ଚୋରି ହୋଇଥିଲା। ଶବନମ ଦେଇଥିବା ସୂଚନା ଅନୁଯାୟୀ ଅଭିଯୁକ୍ତ ଭାବେ ଲଲିତା ଦେବୀ ଏବଂ ଶୈଲେନ୍ଦ୍ର ଦାସ ବୋଲି ଚିହ୍ନଟ କରାଯାଇଛି ଏବଂ ଉଭୟଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ କରାଯାଇଛି। ବର୍ତ୍ତମାନ ଏମଡିସି ପୋଲିସ ଷ୍ଟେଶନ ଚୋରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା ଏଫଆଇଆର ଅନୁଯାୟୀ ମୋଟ ୧ ଲକ୍ଷ ୭୫ ହଜାର ଟଙ୍କା ଚୋରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri