ସବୁ ପଞ୍ଚାୟତରେ ୭୧୪୨ ଆକାଉଣ୍ଟାଣ୍ଟଙ୍କୁ ମିଳିବ ନିଯୁକ୍ତି: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରସ୍ତାବ ଉପରେ ବାଜିଲା ମୋହର 

ଭୁବନେଶ୍ୱର,୧୬।୨: ଗ୍ରାମ ପଞ୍ଚାୟତଗୁଡିକରେ ରାଜ୍ୟ  ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାଗୁଡିକୁ କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନା ଗୁଡିକର ଆର୍ଥିକ ପରିଚାଳନା ଓ ଡକୁମେଣ୍ଟେସନ ସୁବିଧା ପାଇଁ ସମସ୍ତ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲାଗୁଡିକରେ ରାଜ୍ୟ ସରକାର ଆକାଉଣ୍ଟାଣ୍ଟ କମ ଡାଟାଏଣ୍ଟ୍ରି ଅପରରେଟର ପଦବୀ ସୃଷ୍ଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ୭୧୪୨ ପଦବୀ ସୃଷ୍ଟି କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ  ଶୁକ୍ରବାର ଅନୁମୋଦନ କରାଯାଇଛି।
ଆକାଉଣ୍ଟାଣ୍ଟ କମ ଡାଟାଏଣ୍ଟ୍ରି ଅପରରେଟରମାନେ ଗ୍ରାମ ପଞ୍ଚାୟତ ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବେ। ଗ୍ରାମପଞ୍ଚାୟତକୁ ଅଧିକ ଜୀବନ୍ତ ଓ ଗତିଶୀଳ କରିବା ପାଇଁ  ଓଡିଶା ଆକାଉଣ୍ଟ କମ -ଡାଟା ଏଣ୍ଟ୍ରି ଅପରେଟର(ନିଯୁକ୍ତି ପଦ୍ଧତି ଓ ସେବା ସର୍ତ୍ତ) ନିୟମ-୨୦୨୪ ନାମରେ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଇଛି। ଗ୍ରମା ପଞ୍ଚାୟତର ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ କାର୍ଯ୍ୟକ୍ରମ ସହିତ ଜଡିତ ଥିବା ଗ୍ରାମ ରୋଜଗାର ସେବକଙ୍କ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ଆକାଉଣ୍ଟ କମ ଡାଟାଏର୍ଟି ଅପରେଟର  ୩୦ ପ୍ରତିଶତ ପଦବୀରେ ସେମାନଙ୍କୁ ମନୋନୀତ କରାଯିବ। ଅବଶିଷ୍ଟ ୭୦ ପ୍ରତିଶତ ପଦବୀ ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ପ୍ରତ୍ୟକ୍ଷ ନିଯୁକ୍ତି ଦିଆଯିବ। ଯେଉଁ ଗ୍ରାମ ରୋଜଗାର ସେବକ ଲଗାତର ୫ ବର୍ଷ ପୂରଣ କରିଥିବେ ଓ ସେମାନଙ୍କର ଆବଶ୍ୟକ  ଯୋଗ୍ୟତା ଥିବ ସେମାନଙ୍କୁ ଖାଲି ପଦବୀରେ ଥଇଥାନ  କରାଯିବ।

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri