ଆପ୍ଟି ପ୍ଲସ୍‌ର ଓଏଏସ୍‌ ଫାଉଣ୍ଡେଶନ କୋର୍ସ

ଭୁବନେଶ୍ୱର,୧୭।୨ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କୋଚିଂ ସେଣ୍ଟର ଆପ୍ଟି ପ୍ଲସ୍‌ ଏକାଡେମୀର ବହୁ ପ୍ରତୀକ୍ଷିତ ‘ଓଏଏସ୍‌ ଫାଉଣ୍ଡେଶନ କୋର୍ସ’ ପାଠ୍ୟକ୍ରମ (କାର୍ଯ୍ୟକ୍ରମ) ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚରୁ ଫାଉଣ୍ଡେଶନ କୋର୍ସର ପ୍ରଥମ ବ୍ୟାଚ୍‌ ଆରମ୍ଭ ହେବାକୁ ଯାଉଛି। ବିଶେଷକରି ଓଡ଼ିଶା ଆଡମିନିଷ୍ଟ୍ରେଟିଭ ସର୍ଭିସ୍‌ (ଓଏଏସ୍‌)ର ପ୍ରବେଶିକା ପରୀକ୍ଷା ପ୍ରସ୍ତୁତି ପାଇଁ ଆପ୍ଟି ପ୍ଲସ୍‌ ପକ୍ଷରୁ ଏହି ବିଶେଷ କାର୍ଯ୍ୟକ୍ରମର ଆରମ୍ଭ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ପବ୍ଲିକ ସର୍ଭିସ୍‌ କମିଶନ (ଓପିଏସ୍‌ସି) କଟକଙ୍କ ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ୍‌-୨୪) ପରୀକ୍ଷା ପାଇଁ ନିକଟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁଯାୟୀ ଓପିଏସ୍‌ସି ପକ୍ଷରୁ ପ୍ରାୟ ୩୯୯ ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ପ୍ରକାଶିତ ହୋଇଯାଇଛି। ଏପରିକି ଓସିଏସ୍‌-୨୪ ପାଇଁ ଅନ୍‌ଲାଇନ ମାଧ୍ୟମରେ ଆବେଦନ ନିକଟରେ ଶେଷ ହୋଇଛି। ଅପରପକ୍ଷରେ ଉକ୍ତ ପରୀକ୍ଷା ଉପଲକ୍ଷେ ଆପ୍ଟି ପ୍ଲସ୍‌ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ମାଧ୍ୟମରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ ଫାଉଣ୍ଡେଶନ କୋର୍ସ ଜରିଆରେ ଓଏଏସ୍‌-୨୪ର ସ୍ବତନ୍ତ୍ର ପ୍ରସ୍ତୁତି ପାଇଁ ବିଶେଷ ପାଠ୍ୟକ୍ରମ ଓ କାର୍ଯ୍ୟକ୍ରମର ଆରମ୍ଭ କରିଛି। ବର୍ତ୍ତମାନର ଓପିଏସ୍‌ସି ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାର ପରିବର୍ତ୍ତିତ ଶୈଳୀରେ ଆହୁରି ଉନ୍ନତ ମାନର ପ୍ରସ୍ତୁତି କରିବାକୁ ଆପ୍ଟି ପ୍ଲସ୍‌ ପ୍ରୟାସ ଆରମ୍ଭ କରିଛି। ଏହି ପରିବର୍ତ୍ତିତ ଶୈଳୀକୁ ନେଇ ଆପ୍ଟି ପ୍ଲସ୍‌ ଏକାଡେମୀ ପକ୍ଷରୁ ନୂତନ ପାଠ୍ୟ ଖସଡ଼ା ଅନୁଯାୟୀ ନୂତନ ପାଠ୍ୟକ୍ରମ ଛାତ୍ରୀଛାତ୍ରମାନଙ୍କୁ ଯୋଗାଇ ଦିଆଯିବ। ଏଥିପାଇଁ ଆପ୍ଟି ପ୍ଲସ୍‌ର ସାମ୍ପ୍ରତିକ ଘଟଣାବଳୀ ପାଇଁ ଓଏଏସ୍‌ ଗ୍ୟାଜେଟ୍‌ ସହ ଉଭୟ ପ୍ରିଲିମ୍‌ ଏବଂ ମେନ୍‌ ପରୀକ୍ଷା ପାଇଁ ମଧ୍ୟ ପୁସ୍ତକମାନ ପ୍ରକାଶ କରାଯାଉଛି। ସେହିଭଳି ଆପ୍ଟି ପ୍ଲସ୍‌ ଏକାଡେମୀରେ ଦିଲ୍ଲୀର ଅଭିଜ୍ଞ ଅଧ୍ୟାପକ ଅଧ୍ୟାପିକାମାନଙ୍କ ଦ୍ୱାରା ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛି। ଏପରିକି ଆବଶ୍ୟକ ସମସ୍ତ ପାଠ୍ୟପୁସ୍ତକ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଛି। ଆପ୍ଟି ପ୍ଲସ୍‌ର ଛାତ୍ରୀଛାତ୍ରାଙ୍କ ପାଇଁ ଟେଷ୍ଟ ସିରିଜଠାରୁ ଆରମ୍ଭକରି କ୍ଲାସ୍‌ରୁମ୍‌ (ଶ୍ରେଣୀ ଗୃହ) ପାଠ୍ୟକ୍ରମ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା କରାଯାଇଛି। ବିଶେଷକରି ଆପ୍ଟି ପ୍ଲସ୍‌ ଲାଇବ୍ରେରିର ବ୍ୟାପକ ବ୍ୟବସ୍ଥା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri