Odisha Elections 2024

ବରଗଡ଼ ଜିଲାପାଳଙ୍କଠାରୁ ମିଳିଲା ନିର୍ଭର ପ୍ରତିଶ୍ରୁତି, ଅନଶନ କରିବେନି ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧୪।୮- ବରଗଡ଼ ଜିଲାରେ ଚୋରାମଦ କାରବାର ତଥା କୁଟିଆ ମଦ ଦୋକାନ ବନ୍ଦ ଦାବି ନେଇ ସ୍ଥାନୀୟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ ସ୍ବାଧୀନତା ଦିବସରେ ଅନଶନ କରିବାକୁ ଚେତାବନୀ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଏବଂ ଏସ୍‌ପି ମୁକେଶ କୁମାର ଭାମୁଙ୍କୁ ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ। ତେବେ ଗୁରୁବାର ସ୍ବାଧୀନତା ଦିବସ ଥିବାବେଳେ ବୁଧବାର ଜିଲାପାଳଙ୍କ ଡାକରା ପାଇ ଜିଲା ପରିଷଦ ଅଧ୍ୟକ୍ଷା ସାହୁଙ୍କ ସମେତ ଭାଜପାର ଏକ ପ୍ରତିନିଧି ଦଳ ଜିଲାପାଳ ଅଫିସ ଆସିଥିଲେ। ସେଠାରେ ଅତିରିକ୍ତ ଜିଲାପାଳ ତଥା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତ୍ତିବାସ ରାଉତଙ୍କ ସହିତ ଆଲୋଚନା କରିଥିଲେ । ଆସନ୍ତା ୧୦/୧୫ ଦିନ ମଧ୍ୟରେ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଦାବି ଉପରେ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦିଆଯାଇ ଥିବାବେଳେ ଅଧ୍ୟକ୍ଷା ସାହୁ ଅନଶନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି। ଆଲୋଚନା ସମୟରେ ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ ଉପସଭାପତି ଅଶ୍ବିନୀ ଷଡଙ୍ଗୀ, ଜିଲା ସଭାପତି ଡା ଅରୂପାନନ୍ଦ ସାହୁ, ପ୍ରୀତମ ସିଂ, ଅଶୋକ ପଣ୍ଡା, କେ. ସରସତୀ, ସୁନନ୍ଦା ମେହେର ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର, ୧୯।୫: ବିଜେଡି ଛାଡ଼ିଲେ ସମୀର ଦାଶ। ବିଜେଡି ଛାଡ଼ିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ।ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri