Odisha Elections 2024

‘ଆମ ହସ୍ପିଟାଲ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ରହିଛି ଏସବୁ ସୁବିଧା…

ଦାରିଙ୍ଗବାଡ଼ି,୧୭ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ରୂପାନ୍ତର କାର୍ଯ୍ୟ କରାଯିବା ପରେ ଶନିବାର ତା’ର ଶୁଭାରମ୍ଭ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ। ତାଙ୍କ ସହ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହି ପରିଚାଳନା କରିଥିଲେ। ଏହି ଉଦ୍‌ଘାଟନ ଉତ୍ସବ ପାଇଁ ଦାରିଙ୍ଗବାଡ଼ିଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାନସଭାର ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଜିଲା ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରସନ୍ନ କୁମାର ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ,ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ଅନ୍ୟ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ ପରିଚାଳନା କରିଥିବା ବେଳେ ସମସ୍ତ କାର୍ଯ୍ୟରତ ମେଡିକାଲ ଅଫିସର, ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ଆଶା, ଅଙ୍ଗନଓ୍ବାଡି କର୍ମୀ ଉପସ୍ଥିତ ଥିଲେ।

ମୋ’ ହସ୍ପିଟାଲ ଯୋଜନାରେ ରୂପାନ୍ତର କରାଯାଇଛି। ଯେଉଁଠି ଫ୍ରି ଗାଡ଼ି ପାର୍କିଂ ସମେତ ରୋଗୀ ଓ ସମ୍ପର୍କୀୟଙ୍କ ପାଇଁ ପ୍ରତୀକ୍ଷା ଗୃହ ଆଦିର ସୁବିଧା କରାଯାଇଛି। ଏହାଦ୍ୱାରା ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଶଯ୍ୟା ବୃଦ୍ଧି ବ୍ୟବସ୍ଥା କରାଯାଇଛି। ବିଶେଷକରି ରୋଗୀଙ୍କ ରୋଗ ଚି଼ହ୍ନଟ କରିବା ପାଇଁ ପରୀକ୍ଷାକେନ୍ଦ୍ରର ଉନ୍ନତି କରାଯାଇଛି। ସେହିପରି ମିଶନଶକ୍ତି କାଫେ ଖୋଲାଯିବା ବ୍ୟବସ୍ଥା କରାଯାଇଛି। ଯେଉଁଠି ରୋଗୀଙ୍କ ପାଇଁ ସୁଲଭ ଦରରେ ଖାଦ୍ୟ ମିଳିପାରିବ ସେ ବ୍ୟବସ୍ଥା କରାଯାଇଛି। ପ୍ରକାଶଯେ ରାଜ୍ୟରେ ମୋ’ ହସ୍ପିଟାଲ ଯୋଜନାରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ ହୋଇଥିବା ବେଳେ ଏଥିରେ ଜିଲାର ଦାରିଙ୍ଗବାଡ଼ି ସମେତ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଶୁଭାରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ...

ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ସଫଳତା: ପୁନମ-ଦିପ୍ତିମୟୀ ଟପ୍ପର

ପୁରୁଷୋତ୍ତମପୁର, ୧୭।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟ (ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତା ଆଣି ଗୌରବାନ୍ବିତ ହୋଇଛି।...

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri