ଏଇ ଭାରତରେ

ବୟସର ଅପରାହ୍ନରେ ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ସେମାନଙ୍କ ସାଥୀ ଯୋଗାଡ଼ କରିବାରେ ଏକ ନିଆରା ଅଭିଯାନ ଚଳାଇଛନ୍ତି ପୁଣେର ମାଧବ ଡାମ୍‌ଲେ। ଏଥିପାଇଁ ସେ ‘ହାପି ସିନିୟର୍ସ’ ଅଭିଯାନ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଏବେ ସେ ୭୫ ଜଣ ବରିଷ୍ଠ ନାଗରିକଙ୍କ ପାଇଁ ସାଥୀ ଯୋଗାଡ଼ କରି ସେମାନଙ୍କୁ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହିବାର ସୁବିଧା କରିଛନ୍ତି। ପରିଣତ ସମୟରେ ପରସ୍ପରକୁ ସହଯୋଗ କରିବା ଏବଂ ଏକ ସୁଖଦ ଜୀବନ ବିତାଇବା ଉଦ୍ଦେଶ୍ୟରେ ମାଧବ ଏହି କାର୍ଯ୍ୟ ଜାରି ରଖିଛନ୍ତି। ବିଭିନ୍ନ ବୃଦ୍ଧାଶ୍ରମରେ ଅନ୍ତେବାସୀମାନେ ସେମାନଙ୍କ ପ୍ରେମମୟ ଜୀବନକୁ ପୁଣି ଫେରିପାଇବା ଲାଗି ସେ ୨୦୧୨ରେ ହାପି ସିନିୟର୍ସ ଆରମ୍ଭ କରିଥିଲେ। ଏଥିରେ ପ୍ରତିମାସରେ ୨୦ ଜଣ ସଦସ୍ୟ ଯୋଗ ଦେଇ ସେମାନଙ୍କ ଏକୁଟିଆ ଜୀବନର ସମାଧାନ ପାଇଁ ଚେଷ୍ଟା କରୁଛନ୍ତି। ମାଧବ କହନ୍ତି, ପୁନଃବିବାହ ସମାଧାନର ପଥ ନୁହେଁ, ବରଂ ସହଯୋଗଭିତ୍ତିକ ସାଥୀ ଜୀବନ ଗୁରୁତ୍ୱପୂର୍ଣ୍ଣ। ମାଧବ ବି ଏକ ବୃଦ୍ଧାଶ୍ରମ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri