‘ଲୋକଙ୍କ ଇଚ୍ଛାରୁ ଲକ୍ଷ୍ମୀ ଯୋଜନା’: ଆଉ ୫ ଜିଲାରେ ଲକ୍ଷ୍ମୀ ବସ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୋମବାର ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଉକ୍ତ ୫ ଜିଲାର ୭୦୦ ପଞ୍ଚାୟତରେ ୨୦୫ ବସ୍‌ ଚଳାଚଳ ଆରମ୍ଭ କରିଛି। ଏହାଦ୍ୱାରା ୪୪ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଁା ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମ ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ, ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ। ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ଜିଲା ଗସ୍ତ କରିଥିଲେ। ସେହି ସମୟରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲା। ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗଁା ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ ପରେ ସୁବର୍ଣ୍ଣପୁର ଜିଲାର ୧୦୨ ପଞ୍ଚାୟତରେ ୫୮ ବସ୍‌ ଚାଲିଲା। ଏଥିରେ ୫ ଲକ୍ଷ ୭୩ ହଜାର ଲୋକ ଉପକୃତ ହୋଇଥିବାବେଳେ କଟକର ୨୬୧ ପଞ୍ଚାୟତରେ ୪୮ ବସ୍‌ ଚଳାଚଳ ଯୋଗୁ ୧୮ ଲକ୍ଷ ୩୭ ହଜାର ଲୋକ ଉପକୃତ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାର ୭୬ ପଞ୍ଚାୟତରେ ୧୬ ବସ୍‌ ଚାଲିବା ଦ୍ୱାରା ୫ ଲକ୍ଷ ୬୨ ହଜାର ଲୋକ ଉପକୃତ ହୋଇଥିବାବେଳେ କନ୍ଧମାଳର ୧୬୪ ପଞ୍ଚାୟତରେ ୫୨ ବସ୍‌ ଚାଲିବା ଦ୍ୱାରା ୭ ଲକ୍ଷ ୩ ହଜାର ଏବଂ ସମ୍ବଲପୁର ଜିଲାରେ ୯୭ ପଞ୍ଚାୟତରେ ୩୧ ବସ୍‌ ଚାଲିବା ଦ୍ୱାରା ୭ ଲକ୍ଷ ୨୮ ହଜାର ଲୋକ ଉପକୃତ ହୋଇଛନ୍ତି। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍‌ ଚାଲିବ। ଏହି ଯୋଜନାରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ଲାଗି ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ଲକ୍ଷ୍ମୀ ବସ୍‌ କେବଳ ଏକ ବସ୍‌ ସେବା ନୁହେଁ, ଗ୍ରାମାଞ୍ଚଳ ମହିଳାଙ୍କୁ ସଶକ୍ତ ଓ ସମୃଦ୍ଧ କରିବା ଦିଗରେ ମୁଖ୍ୟମନ୍ତୀଙ୍କର ଏକ ସଫଳତମ ପ୍ରଚେଷ୍ଟା। କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ପଦ୍ମନାଭ ବେହେରା, କଟକରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଚନ୍ଦ୍ରସାରଥି ବେହେରା, ଝାରସୁଗୁଡାରେ ବିଧାୟିକା ଦୀପାଳି ଦାସ, ବିଧାୟିକା ଅଳକା ମହାନ୍ତି, କନ୍ଧମାଳରେ ଏମ୍‌ପି ଅଚ୍ୟୁତ ସାମନ୍ତ ଏବଂ ବିଧାୟକ ଚକ୍ରମଣି କହଁର ପ୍ରମୁଖ ଯୋଗଦେଇ କହିଛନ୍ତି ଯେ, ଆଜି ରାଜ୍ୟରେ କେବଳ ଗମନାଗମନ ନୁହେଁ, ସ୍ବାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି – ସବୁ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି। ୫-ଟି କେବଳ ଏକ ମନ୍ତ୍ର ନୁହେଁ, ମ୍ୟାଜିକ ଭାବରେ ଓଡ଼ିଶାର ରୂପାନ୍ତରରେ କାମ କରିଛି।
୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଛନ୍ତି ଯେ, ଏକ ନମ୍ବର ସ୍ଥାନରେ ଅଧିଷ୍ଠିତ ହେବାକୁ ହେଲେ, କଠିନ ପରିଶ୍ରମ ଓ ତ୍ୟାଗ ଦରକାର। ମୁଖ୍ୟମନ୍ତ୍ରୀ ହେଉଛନ୍ତି ତା’ର ପ୍ରକୃଷ୍ଟ ଉଦାହରଣ। ଗତ ୨୪ ବର୍ଷ ଧରି ଦେଶର ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ସ୍ଥାନରେ ରହିଛନ୍ତି। ଏଥିପାଇଁ ତାଙ୍କ ପରିଶ୍ରମ ଓ ତ୍ୟାଗର ତୁଳନା ନାହିଁ। ଏଥିସହିତ ସମ୍ବଲପୁର ଜିଲାବାସୀଙ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ସମ୍ବଲପୁରରୁ ପୁରୀ ସପ୍ତାହକୁ ୨ ଦିନ ଯିବାଆସିବା କରୁଥିବା ଜଗନ୍ନାଥ ଏକ୍ସପ୍ରେସ, ଫେବୃଆରୀ ୨୫ ତାରିଖରୁ ସବୁ ଦିନ ଚାଲିବ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri