Odisha Elections 2024

ଅନୁଗୋଳରୁ ଅଯୋଧ୍ୟା ଗଡ଼ିଲା ସ୍ବତନ୍ତ୍ର ଆସ୍ଥା ଟ୍ରେନ

ଅନୁଗୋଳ:୨୩।୨(ଅମିତ କୁମାର ସାମଲ): ଜାନୁଆରୀ ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଯାଇଛି। ଏନେଇ ଦେଶରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ପରିପ୍ରେକ୍ଷୀରେ ରାମଲାଲାଙ୍କ ଦର୍ଶନ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସରେ ଶୁକ୍ରବାର ଅନୁଗୋଳରୁ ଅଯୋଧ୍ୟାକୁ ଏକ ସ୍ବତନ୍ତ୍ର ଆସ୍ଥା ସ୍ପେଶାଲ ଟ୍ରେନ୍‌ ୫୦୦ରୁ ଊଦ୍ଧର୍‌ବ ଶ୍ରଦ୍ଧାଳୁଙ୍କୁ ଧରି ଅଯୋଧ୍ୟା ବାହାରିଛି। ଟ୍ରେନ୍‌ରେ ୧୪୭୨ ଶ୍ରଦ୍ଧାଳୁ ଅଯୋଧ୍ୟା ଯାଇଥିବା ଜଣାପଡ଼ିଛି।

ଏହି ପରିପ୍ରେକ୍ଷୀରେ ଅନୁଗୋଳ ରେଳ ଷ୍ଟେଶନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ଉପସଭାପତି ଗୋଲଖ ମହାପାତ୍ର ଯୋଗଦେଇ ଅଯୋଧ୍ୟା ଯାଉଥିବା ଶ୍ରଦ୍ଧାଳୁଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରିବା ସହ ଲାଇଟ ଦେଖାଇ ଟ୍ରେନର ଶୁଭାରମ୍ଭ କରିଥିଲେ।

ଅନୁଗୋଳରୁ ଆସ୍ଥା ସ୍ପେଶାଲ ଟ୍ରେନ ଅଯୋଧ୍ୟା ଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ଉପସଭାପତି ଗୋଲଖ କହିଛନ୍ତି। ଜୟ ଶ୍ରୀରାମ ଧ୍ୱନିରେ ଷ୍ଟେଶନ ପ୍ରକମ୍ପିତ ହେଉଥିଲା। ଏହି ଅବସରରେ ଭାଜପା ଜିଲା ସଭାପତି ଡିଲେଶ୍ୱର ପ୍ରଧାନ, ଏନ୍‌ଏସ୍‌ଆଇସି ଡାଇରେକ୍ଟର କାଳନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ପ୍ରତିମା ମିଶ୍ର, ଜିଲା ମିଡିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକଙ୍କ ସମେତ ସମସ୍ତ ଜିଲା ପଦାଧିକାରୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି।...

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri