ଆଜିଠୁ ବର୍ଷିବ ବର୍ଷା

ଭୁବନେଶ୍ୱର,୨୪।୨: ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୩୫.୬ ଡ଼ିଗ୍ରୀ ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୩୨.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଏପରିକି ଶନିବାର ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଏପରିକି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଜିଲାରେ ଘଡଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଝିପିଝିପି ବର୍ଷା ହେବା ସହ ପାଗ କୋହଳା ରହିଛି।

ସେହିପରି ୨୫ ତାରିଖ ବେଳକୁ ଉତ୍ତର ଉପକୂଳ ଓଡ଼ିଶାର କେତକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ ଜିଲା ରହିଛି। ଦକ୍ଷିଣ ଉପକୂଳ ଓଡ଼ିଶାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାରେ ବର୍ଷା ହୋଇପାରେ। ଅନ୍ୟପଟେ ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ ଆଦି ଜିଲା ଘଡ଼ଘଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ ସମ୍ପୃକ୍ତ ଅଞ୍ଚଳଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ତେବେ ୨୯ ଓ ୩୦ ତାରିଖରେ ସାରା ରାଜ୍ୟରେ ପାଗ ଶୁଖିଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri