Posted inଖେଳ

ଇତିହାସ ରଚିଲେ ଜଶସ୍ୱୀ ଜୟସ୍ବାଲ, ଭାଙ୍ଗିଲେ ଡନ୍ ବ୍ରାଡମ୍ୟାନଙ୍କ ରେକର୍ଡ! ଆଶ୍ଚର୍ଯ୍ୟରେ ବିଶ୍ୱ କ୍ରିକେଟ୍

ନୂଆଦିଲ୍ଲୀ,୨୫ା୨: ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ରେ ପ୍ରଥମ ଇନିଂସରେ ଜଶସ୍ୱୀ ଜୟସ୍ବାଲ ୭୩ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇ ଶତକରୁ ବଞ୍ଚିତ ହୋଇଥିଲେ। କିନ୍ତୁ ତାଙ୍କର ଅର୍ଦ୍ଧଶତକୀୟ ଇନିଂସରେ ସେ ଏକ ଚମତ୍କାର କରିଛନ୍ତି ଯାହା ପୂର୍ବରୁ କଳ୍ପନା କରାଯାଇ ନ ପାରେ। ଜୟସ୍ବାଲ ଭାରତର ଦ୍ୱିତୀୟ କ୍ରିକେଟର ଏବଂ ୨୩ ବର୍ଷ ବୟସ ପୂର୍ବରୁ ଏକ ଟେଷ୍ଟ ସିରିଜରେ ୬୦୦ କିମ୍ବା ଅଧିକ ରନ୍ ସ୍କୋର କରିବାରେ ବିଶ୍ୱର ସପ୍ତମ ସ୍ଥାନରେ ରହିଛନ୍ତି।

୨୩ ବର୍ଷ ବୟସ ପୂର୍ବରୁ ଏକ ଟେଷ୍ଟ ସିରିଜରେ ୬୦୦ କିମ୍ବା ଅଧିକ ରନ୍ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ୍ ହେଉଛନ୍ତି ଜର୍ଜ ହାଡଲେ, ଡନ୍ ବ୍ରାଡମ୍ୟାନ୍, ଗ୍ୟାରି ସୋବର୍ସ, ନିଲ୍ ହାର୍ଭେ, ସୁନୀଲ ଗାଭାସ୍କର, ଗ୍ରାମ୍ ସ୍ମିଥ୍ ଏବଂ ଜଶସ୍ୱୀ ଜୈସ୍ବାଲ।

ଏହା ସହିତ ଜୟସ୍ବାଲ କୌଣସି ଗୋଟିଏ ଦଳ ବିପକ୍ଷରେ ଟେଷ୍ଟରେ ସର୍ବାଧିକ ୬ ଟି ଛକା ମାରିବା ମାମଲାରେ କପିଲ ଦେବ ଏବଂ ରୋହିତ ଶର୍ମାଙ୍କୁ ପଛରେ ପକାଇ ଦେଇଛନ୍ତି। ଏହି ସିରିଜରେ ଇଂଲଣ୍ଡ ବିପକ୍ଷରେ ଜୟସ୍ୱାଲ ଏପର୍ୟ୍ୟନ୍ତ ମୋଟ ୨୩ ଛକା ମାରିଛନ୍ତି। ଏହା କରି ସେ ରୋହିତ ଏବଂ କପିଲ ଦେବଙ୍କ ରେକର୍ଡ ଭାଙ୍ଗିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ରୋହିତ ମୋଟ ୨୨ ଛକା ମାରିଥିଲେ। ଏଥି ସହିତ କପିଲ ଦେବ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ମୋଟ ୨୧ ଛକା ମାରିବାରେ ସଫଳ ହୋଇଛନ୍ତି। ଏହି ପ୍ରସଙ୍ଗରେ ସଚିନ ତେନ୍ଦୁଲକର ପ୍ରଥମ ସ୍ଥାନରେ ଅଛନ୍ତି ଯିଏ ଅଷ୍ଟ୍ରେଲିଆ ବିପକ୍ଷରେ ୨୫ ଛକା ମାରିଛନ୍ତି। ଏହାର ଅର୍ଥ ହେଉଛି ଆଗାମୀ ସମୟରେ ଜୈସ୍ବାଲ ମଧ୍ୟ ସଚିନଙ୍କ ଏହି ରେକର୍ଡ ଭାଙ୍ଗି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri