Posted inଖେଳ

ଟେଲରଙ୍କ ଅପରାଜିତ ଅର୍ଦ୍ଧଶତକ: ନ୍ୟୁଜିଲାଣ୍ଡ ୨୦୩/୫

ଗାଲେ, ୧୪।୮(ପି.ଟି.): ସ୍ଥାନୀୟ ଗାଲେ ନ୍ୟାଶନାଲ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଘରୋଇ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲରଙ୍କ ୮୬ ରନର ଅର୍ଦ୍ଧଶତକୀୟ ପାଳି ବଳରେ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୬୮ ଓଭରରେ ୫ ଉଇକେଟ ହରାଇ ୨୦୩ ରନ ସଂଗ୍ରହ କରିଛି। ଡାହାଣହାତୀ ଅଫ୍‌ ସ୍ପିନର ଦନଞ୍ଜୟ ମାତ୍ର ୫୭ ରନ ବ୍ୟୟ କରି ସବୁ ୫ଟି ଯାକ ଉଇକେଟ ଅକ୍ତିଆର କରିଥିଲେ। ଷ୍ଟମ୍ପ ଅପରସାରଣ ବେଳକୁ ୧୩୧ଟି ବଲର ସମ୍ମୁଖୀନ ହୋଇ ଟେଲର ୬ ଚୌକା ସହ ୮୬ ଓ ମିଚେଲ ସାଣ୍ଟନର ୮ ରନକରି ଅପରାଜିତ ରହିଛନ୍ତି। ଜିତ୍‌ ରାଭାଲ ଓ ଟମ୍‌ ଲଥାମ ଇନିଂସ ଓପନ କରି ପ୍ରଥମ ଉଇକେଟ ଯୋଡିରେ ୬୪ ରନ ସଂଗ୍ରହ କରିଥିଲେ। ଲଥାମ ୩୦ ରନ କରିଥିବା ବେଳେ ଅକିଳ ଦନଞ୍ଜୟଙ୍କ ବଲ୍‌ରେ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲାଙ୍କୁ କ୍ୟାଚ୍‌ ଦେଇ ପ୍ରଥମେ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଇନ୍‌ଫର୍ମ ଅଧିନାୟକ କେନ୍‌ ଓ୍ବିଲିୟମସନ ଖାତା ଖୋଲିବା ପୂର୍ବରୁ ଶର୍ଟ ମିଡ୍‌ଉଇକେଟରେ ଦିମୁଖ କରୁଣାରତ୍ନେଙ୍କୁ କ୍ୟାଚ୍‌ ଦେଇ ଦନଞ୍ଜୟଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଏହାପରେ ରାଭାଲ ୩୩ ରନ କରିଥିବା ବେଳେ ଦନଞ୍ଜୟଙ୍କ ବଲ୍‌ରେ ସ୍ଲିପ୍‌ରେ ଧନଞ୍ଜୟ ଡିସଲ୍‌ଭାଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ସେହିପରି ହେନେରୀ ନିକୋଲ୍ସ ୪୨ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟିଲିଂ ୧ ରନ କରି ଦନଞ୍ଜୟଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇ ଆଉଟ ହୋଇଥିଲେ। ବୋଲିଂରେ ଚତୁର୍ଥଥର ପାଇଁ ୫ ଉଇକେଟ ସଫଳତା ହାସଲ କରିଛନ୍ତି। ଶ୍ରୀଲଙ୍କା ଗସ୍ତରେ ଆସିଥିବା ନ୍ୟୁଜିଲାଣ୍ଡ ୨ଟି ଟେଷ୍ଟ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ସେମାନଙ୍କ ପ୍ରଥମ ମ୍ୟାଚ୍‌ ଖେଳିଛନ୍ତି। ଏହି ଚାମ୍ପିୟନଶିପ୍‌ରେ ଶ୍ରେଷ୍ଠ ୯ଟି ଦଳ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବେ ଓ ଟେଷ୍ଟ ଫର୍ମାଟରେ ସେମାନଙ୍କର ଶ୍ରେଷ୍ଠତ୍ୱ ଜାହିର ପାଇଁ ପ୍ରୟାସ କରିବେ। ବର୍ଷା ଯୋଗୁ ପ୍ରଥମ ଦିବସରେ ପାଖାପାଖି ଏକ ଘଣ୍ଟା ଖେଳ ବନ୍ଦ ରହିଥିଲା ଓ ୨୨ ଓଭର ଖେଳ ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri