ବରମୁଣ୍ଡା ଆମ୍ବେଡକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ବସରେ ଚଢିବା, ବସ୍ରୁ ଓହ୍ଲାଇବା ସୁବିଧା, ୧୪୪ଟି ବସ୍‌ ରହଣୀସ୍ଥଳ, ସିଟି ବସ୍‌ ପାଇଁ ରହଣୀସ୍ଥଳ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।

ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri