ବିଦେଶିନୀଙ୍କୁ ଅସଦାଚରଣ, ଲିଙ୍ଗରାଜ ମନ୍ଦିର ସେବାୟତ ଗିରଫ: ୪ ଦିନରେ ଚାର୍ଜଶିଟ୍‌, ଶୁଣାଣି ଆରମ୍ଭ

ଭୁବନେଶ୍ୱର,୨୬।୨(ସତ୍ୟଜିତ୍‌ ରାଉତ): ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇ ଜେଲ ଯାଇଛନ୍ତି ସେବାୟତ କୁନ୍ଦନ ମହାପାତ୍ର ଓରଫ କୁଣ୍ଡୁ। ଏହି ମାମଲାକୁ କମିଶନରେଟ ପୋଲିସ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାବେଳେ ମାତ୍ର ୪ଦିନରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି। ଫଳରେ ସୋମବାରଠାରୁ ଏହି ମାମଲାରେ ଶୁଣାଣି ଆରମ୍ଭ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ପୋଲିସ ସମସ୍ତ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ହେଉଥିବା ଡିସିପି ପ୍ରତୀକ ସିଂ କହିଛନ୍ତି।
ସୂଚନାଯୋଗ୍ୟ, ପୀଡିତା ସ୍ବିଡେନ୍‌ର ୨୮ ବର୍ଷୀୟା ଯୁବତୀ ଓଡ଼ିଶା ଭ୍ରମଣରେ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ଫେବୃଆରୀ ୧୯ରେ ସେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ ପାଇଁ ଚାହିଁଥିଲେ ମଧ୍ୟ ବାରଣ ଥିବାରୁ ସମ୍ଭବ ହୋଇପାରି ନ ଥିଲା। ତେଣୁ ଅଭିଯୁକ୍ତ ସେବାୟତ କୁଣ୍ଡୁ ତାଙ୍କୁ ପାର୍ଶ୍ୱ ମନ୍ଦିର ବୁଲାଇ ଦେବାକୁ କହି ଅପରାହ୍ନ ପ୍ରାୟ ୨ଟାରେ ଉତ୍ତରଦ୍ୱାର ନିକଟ ଟାୱାର ପାଖକୁ ନେଇ ଅସଦାଚରଣ କରିଥିଲେ। ବିଦେଶିନୀ ଜଣକ ପ୍ରତିବାଦ କରିବାରୁ ଅଭିଯୁକ୍ତ କୁଣ୍ଡୁ ଏହା ଆମ ସଂସ୍କୃତି ଓ ପରମ୍ପରା ବୋଲି କହିବା ସହ ଧମକ ଦେଇଥିଲେ। ସେଠାରୁ ଖସି ଆସବା ପରେ ସେ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୩୫/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ୨୦ ତାରିଖରେ ଅଭିଯୁକ୍ତ କୁଣ୍ଡୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri