ବାଲିକୁଦା ରେଳ ଓଭରବ୍ରିଜ ଉଦ୍‌ଘାଟିତ

କଟକ,୨୬ା୨(ଶିଳ୍ପା ପ୍ରିୟଦର୍ଶିନୀ): ଅମୃତ ଭାରତ ଷ୍ଟେଶନ ଯୋଜନା ଅଧୀନରେ ସୋମବାର ବାଲିକୁଦା ରେଳ ଓଭରବ୍ରିଜକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ପୂର୍ବତଟ ରେଳ ବିଭାଗ ପକ୍ଷରୁ ବାଲିକୁଦା ରେଲଓ୍ବେ କ୍ରସିଂ ନିକଟରେ ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଜିଲା ସଭାପତି ପ୍ରକାଶ ବେହେରା, ବରିଷ୍ଠ ନେତା ନୟନ ମହାନ୍ତି, ରେଲଓ୍ବେ ଆମିନିଟି କମିଟି ଚେୟାରମ୍ୟାନ ଦିଲୀପ ମଲ୍ଲିକ, ରେଲଓ୍ବେ ନୋଡାଲ ଅଧିକାରୀ ତଥା ଡେପୁଟି ଇଞ୍ଜିନିୟର ରାଜେଶ ଦାସ ଯୋଗ ଦେଇଥିଲେ। ଆଜିର ଦିନ ଏକ ସ୍ବର୍ଣ୍ଣିମ ଦିନ। ସବୁ କିଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ସମ୍ଭବପର ହୋଇପାରିଛି। ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ପ୍ରାଧାନ୍ୟ ଦିଆଯାଇଛି। ଏଥିସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କୃତଜ୍ଞତା ଜଣାଉଛୁ ବୋଲି ରେଲଓ୍ବେ ଆମିନିଟି କମିଟି ଚେୟାରମ୍ୟାନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବିକାଶ ଦିଗରେ ଏପରି କାର୍ଯ୍ୟକ୍ରମ ସ୍ମରଣୀୟ ହୋଇରହିବ। ପ୍ରକୃତ ବିକାଶର ସ୍ପଷ୍ଟ ଉଦାହରଣ ଆଜି ଲୋକେ ଜାଣିବାକୁ ପାଇଛନ୍ତି। ରେଳ ମନ୍ତ୍ରୀଙ୍କର ଓଡ଼ିଶା, ବିଶେକେରି କଟକ ପ୍ରତି ଭଲ ପାଇବା ଯୋଗୁ ଏପରି କାର୍ଯ୍ୟ ହୋଇପାରିଛି ବୋଲି ଭାଜପା ରାଜ୍ୟ ଉପସଭାପତି ଡା. ମହାପାତ୍ର କହିଥିଲେ। ରେଲଓ୍ବେ ବିଭାଗର ସଦସ୍ୟ ସୁରେଶ କୁମାର ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପୂର୍ବରୁ ପିଲାଙ୍କୁ ନେଇ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କଟକର ୯ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ

ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର...

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି

ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍‌

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ...

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri