Posted inଜାତୀୟ

୩ ରାଜ୍ୟରେ କୃଷକଙ୍କ ଟ୍ରାକ୍ଟର ରାଲି

ଚଣ୍ଡିଗଡ଼/ଲକ୍ଷ୍ନୌ,୨୭।୨(ପି.ଟି.): ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ଚୁକ୍ତିନାମାକୁ ବିରୋଧ କରି ପଞ୍ଜାବ, ହରିୟାଣା ଓ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଚାଷୀମାନେ ସୋମବାର ଟ୍ରାକ୍ଟର ରାଲି କରିଥିଲେ। ଡବ୍ଲ୍ୟୁଟିଓ ଚୁକ୍ତିରୁ କୃଷି ସେକ୍ଟରକୁ ବାଦ୍‌ ଦେବା ପାଇଁ ସେମାନେ ଦାବି କରିଛନ୍ତି। ଏହି ରାଲି ଯୋଗୁ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଡବ୍ଲ୍ୟୁଟିଓର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥାର ୧୩ତମ ମନ୍ତ୍ରୀସ୍ତରୀୟ ସମ୍ମିଳନୀ ଚାଲିଥିବାବେଳେ ଆନ୍ଦୋଳନକାରୀ କୃଷକମାନେ ଏହାର ପ୍ରତୀକ ସ୍ବରୂପ କୁଶପୁତ୍ତଳିକା ଦାହ କରିଥିଲେ।
କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଆହ୍ବାନକ୍ରମେ ବିକ୍ଷୋଭକାରୀମାନେ ପଞ୍ଜାବ ଓ ହରିୟାଣାର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥରେ ଟ୍ରାକ୍ଟର ରଖି ରାଲି କରିଥିଲେ। ପଞ୍ଜାବ-ହରିୟାଣା ସୀମାର ଶମ୍ଭୁ ଏବଂ ଖନୌରୀ ପଏଣ୍ଟରେ ଡବ୍ଲ୍ୟୁଟିଓର କୁଶପୁତ୍ତଳିକା ଦାହ କରାଯାଇଥିଲା। କୃଷକ ନେତାମାନଙ୍କ ଅଭିଯୋଗ ହେଲା କୃଷି ସବ୍‌ସିଡି ବନ୍ଦ କରିବା ଡବ୍ଲ୍ୟୁଟିଓର ଲକ୍ଷ୍ୟ। ଏହାର ଚୁକ୍ତିନାମାକୁ ଭାରତ ଅନୁପାଳନ କଲେ ଆତ୍ମଘାତୀ ହେବ ବୋଲି କୃଷକ ନେତାମାନେ କହିଛନ୍ତି। କେନ୍ଦ୍ର ସରକାର ଚାଷୀମାନଙ୍କ ନ୍ୟାଯ୍ୟ ଦାବିକୁ ଅଣଦେଖା କରୁଥିବା ବିକେୟୁର ରାଷ୍ଟ୍ରୀୟ ମୁଖପାତ୍ର ରାକେଶ ଟିକାଏତ୍‌ କହିଛନ୍ତି। ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଉପରେ ଆଇନଗତ ଗ୍ୟାରେଣ୍ଟି ଏବଂ ଅନ୍ୟାନ୍ୟ ଦାବି ନେଇ ଦିଲ୍ଲୀ ଚଲୋ ଅଭିଯାନରେ ବାହାରିଥିବା ଚାଷୀମାନଙ୍କୁ ପଞ୍ଜାବ-ହରିୟାଣା ସୀମାରେ ଅଟକା ଯାଇଥିଲା। ଚାଷୀମାନଙ୍କ ପ୍ରତି ଅତ୍ୟାଚାରକୁ ଟିକାଏତ୍‌ ନିନ୍ଦା କରିଛନ୍ତି। ଡବ୍ଲ୍ୟୁଟିଓ ନୀତି କୃଷକ ବିରୋଧୀ କହି ଦୋଆବ କିଷାନ କମିଟି ରାଜ୍ୟ ସଭାପତି ଜଙ୍ଗବୀର ସିଂ ଚୌହାନ ଏହାକୁ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri