ଓଡ଼ିଶାରେ ୩୦ ମହାବଳ

ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍‌ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି ବାଘକୁ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବାବେଳେ ଶିମିଳିପାଳରେ ଆଉ ୩ଟି ବାଘର ଉପସ୍ଥିତି ଥିବା ପ୍ରମାଣ ମିଳିଛି। ଏହି ୩ଟି ବାଘକୁ ମିଶାଇ କେବଳ ଶିମିଳିପାଳରେ ୨୭ଟି ବାଘ ରହିଛନ୍ତି। ଏଥିମଧ୍ୟରୁ ୧୪ଟି ମାଈ ଓ ୧୦ଟି ଅଣ୍ଡିରା ହୋଇଥିବାବେଳେ ବାକି ୩ଟି ସମ୍ପର୍କରେ ତଥ୍ୟ ମିଳିପାରିନାହିଁ। ସେହିଭଳି କେନ୍ଦୁଝର ଟେରିଟୋରିଆଲ ଓ କେନ୍ଦୁଝର ଓ୍ବାଇଲ୍ଡଲାଇଫ୍‌, ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଏବଂ ପାରଳାଖେମୁଣ୍ଡି ଟେରିଟୋରିଆଲରେ ଗୋଟିଏ ଲେଖାଏ ଅଣ୍ଡିରା ବାଘ ଦେଖାଯାଇଛି। ତେବେ କ୍ୟାମେରା ଟ୍ରାପ୍‌ରେ ଠାବ ହୋଇଥିବା ୨୭ ବାଘ ମଧ୍ୟରୁ ୧୪ଟି ମାଈ, ୧୩ଟି ଅଣ୍ଡିରା ବାଘ ରହିଛନ୍ତି। ସେହିଭଳି ୧୩ଟି ମେଲାନିଷ୍ଟିକ ବା କଳାବାଘ ରହିଥିବା ରିପୋର୍ଟରେ ଦର୍ଶାଯାଇଛି। କେବଳ ଶିମିଳିପାଳରେ ଦେଖାଯାଇଥିବା ଏହି ୧୩ଟି କଳାବାଘ ମଧ୍ୟରେ ୭ଟି ମାଈ ଓ ୬ଟି ଅଣ୍ଡିରା ରହିଥିବା ସୂଚନା ଦିଆଯାଇଛି।
ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ୮ଟି ବାଘଛୁଆ ସମେତ ମୋଟ ୩୦ଟି ବାଘ ରହିଛନ୍ତି। ୨୦୨୨ରେ ଏହା ୨୦ ଥିଲା, ଯାହା ଏବେ ବୃଦ୍ଧି ପାଇ ୩୦ରେ ପହଞ୍ଚତ୍ଛି। ସେହିଭଳି ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରେ ୨୭ଟି ବାଘ ରହିଛି। ଆମ ଜାତୀୟ ପ୍ରାଣୀଙ୍କ ପାଇଁ ଉପଯୁକ୍ତ ବାସସ୍ଥାନ ସୃଷ୍ଟି କରିଥିବାରୁ ବନ ବିଭାଗର ପ୍ରୟାସକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୨ରେ ଭାରତ ସରକାରଙ୍କ ପକ୍ଷରୁ ହୋଇଥିବା ବାଘ ଗଣନାରେ ଓଡ଼ିଶାରେ ୧୭ଟି ବାଘ ଥିବା ଜଣାପଡ଼ିଥିଲା।
ତେବେ ରାଜ୍ୟରେ ଅଧିକ ବାଘ ରହିଥିବା ରାଜ୍ୟ ସରକାର ଦାବି କରିବା ସହ ନିଜ ଉଦ୍ୟମରେ ବାଘ ଗଣନା କରିବେ ବୋଲି କହିଥିଲେ। ଏହାପରେ ରାଜ୍ୟ ସରକାର ପ୍ରଥମଥର ପାଇଁ ବାଘ ଗଣନା କରିଥିଲେ। ୨୦୨୩ ଅକ୍ଟୋବର ୧୫ରୁ ଫେବୃଆରୀ ୧୦ ମଧ୍ୟରେ ରାଜ୍ୟର ୪୭ଟି ବନଖଣ୍ଡରେ ଏହି ଗଣନା କରାଯାଇଥିଲା। ମୋଟ ୧,୪୩୨ଟି କ୍ୟାମେରା ଟ୍ରାପ୍‌ ଲଗାଯିବା ସହ ୫୬୭ଟି ଫଟୋ ଉଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri