ଓଲଟିଲା ଯାତ୍ରୀବାହୀ ବସ୍‌: ୨ଗୁରୁତର, ୧୫ଆହତ

କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ-ତେନ୍ତୁଳୀଖୁଣ୍ଟି ରାସ୍ତାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡିଛି। ଫଳରେ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଆହତଙ୍କୁ ଘରକୁ ପଠାଇ ଦିଆଯାଇଛି।

ବାଂଶପାଳ ବ୍ଲକ ଫୁଲଝରଠାରୁ ଅନୁଗୋଳ ଜିଲା ପାଲଲହଡା ଯାଉଥିବା ରାଧାମାଧବ ବସ୍‌ ତରମାକାନ୍ତ ପାଖରେ ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡ଼ିଥିଲା। ଖବର ପାଇ ବାଂଶପାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଂଶପାଳ ମେଡିକାରେ ଭର୍ତ୍ତି କରିଥିଲେ। ବସ୍‌ କଣ୍ଡକ୍ଟର ଗିରିଧାରୀ ବେହେରା ଓ ବଣେଇ ଅଞ୍ଚଳର ଶାଳକା ମୁଣ୍ଡା ଗୁରୁତର ଥିବାରୁ ସେମାନଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି।

ଖବର ପାଇ ବ୍ଲକ ଅଧ୍ୟକ୍ଷ ମାନସ କୁମାର ଦେହୁରୀ ମେଡିକାଲରେ ପହଞ୍ଚି ଆହତଙ୍କୁ ଭେଟିବା ସହ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ। ଉତ୍ତମ ଚିକିତ୍ସା ପାଇଁ ଡାକ୍ତରଙ୍କ ସହିତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri