Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖୁସି ଖବର: ଆଇପିଏଲ୍‌ ପୂର୍ବରୁ ବିସ୍ପୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୯।୨: ଆଇପିଏଲ୍‌ ୨୦୨୪ ଆରମ୍ଭ ପାଇଁ କେବଳ କିଛି ଦିନ ବାକି ଅଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ମୁମ୍ବାଇ ଇଣ୍ଡିଆନ୍ସର ପ୍ରଥମ ମ୍ୟାଚ ଗୁଜରାଟ ଟାଇଟାନ୍ସ ବିପକ୍ଷରେ। ଏହି ମ୍ୟାଚ ୨୪ ମାର୍ଚ୍ଚରେ ଅହମ୍ମଦାବାଦରେ ଖେଳାଯିବ। ଟୁର୍ନାମେଣ୍ଟ ପୂର୍ବରୁ ମୁମ୍ବାଇ ଖେଳାଳି ତିଳକ ବର୍ମା ଏକ ଦଢ ପ୍ରଦର୍ଶନ କରିଛନ୍ତି। ସେ ଡିଓ୍ବାଇ ପାଟିଲ ଟି-୨୦ କପ ମ୍ୟାଚରେ ଏକ ଅର୍ଦ୍ଧଶତକ ହାସଲ କରିଛନ୍ତି। ତିଳକଙ୍କ ଭିଡିଓକୁ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟ ଶେୟାର କରିଛି।
ସେଣ୍ଟ୍ରାଲ ରେଲଓ୍ବେ ଦଳ ବିପକ୍ଷରେ ତିଳକ ଚମତ୍କାର ପ୍ରଦର୍ଶନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୪୪ ବଲରେ ୯୧ ରନ ସଂଗ୍ରହ କରିଥିଲେ। ଏହି ଅବଧିରେ ସେ ଶ୍ୱାଲିକ ଶର୍ମାଙ୍କ ସହ ୧୨୨ ରନର ଭାଗିଦାରୀ ମଧ୍ୟ କରିଥିଲେ। ଏହି ମ୍ୟାଚରେ ତିଳକଙ୍କ ଦଳ ୨୨୦ ରନ ସଂଗ୍ରହ କରିଥିଲା। ବ୍ୟାଟିଂ ପରେ ସେ ବୋଲିଂରେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଥିଲେ। ତିଳକ ମଧ୍ୟ ୧୬ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ।
ତିଳକ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳନ୍ତି। ସେ ଏହି ଟୁର୍ନାମେଣ୍ଟରେ ମଧ୍ୟ ଅନେକ ଥର ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଖେଳାଯାଇଥିବା ୨୫ ଆଇପିଏଲ ମ୍ୟାଚରେ ତିଳକ ୭୪୦ ରନ ସଂଗ୍ରହ କରିଛନ୍ତି। ଏହି ଅବଧି ମଧ୍ୟରେ ସେ ୩ ଅର୍ଦ୍ଧଶତକ ହାସଲ କରିଛନ୍ତି। ତିଳକଙ୍କ ସର୍ବଶ୍ରେଷ୍ଠ ଆଇପିଏଲ ସ୍କୋର ୮୪ ରନ। ତାଙ୍କର ସାମଗ୍ରିକ ଟି-୨୦ ରେକର୍ଡ ମଧ୍ୟ ଭଲ ରହିଛି। ୭୦ ଟି-୨୦ ମ୍ୟାଚରେ ତିଳକ ୨୦୨୪ ରନ ସ୍କୋର କରିଛନ୍ତି। ଏହି ଅବଧି ମଧ୍ୟରେ ସେ ୧ ଶତକ ଏବଂ ୧୩ ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri