Posted inରାଜ୍ୟ

ବଢିଲା ଅଙ୍ଗନୱାଡି କର୍ମୀଙ୍କ ଦରମା, ସହାୟିକାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୨୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନୱାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନୱାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନୱାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନୱାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।

ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ ତାରିଖରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।

ସେହିପରି ଅଙ୍ଗନୱାଡି କର୍ମଚାରୀଙ୍କ ସେବା ନିବୃତ୍ତିରେ ପାଉଥିବା ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ୦୧.୦୪.୨୦୨୪ ଠାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନୱାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri