୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ଜିଲା ଚଣ୍ଡିଖୋଲ ଯାତ୍ରା କରି ଏକ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ/ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ ଏକ ସାଧାରଣ ସଭାରେ ଯୋଗଦେବେ। ସେଠାରେ କାର୍ଯ୍ୟକ୍ରମ ସରିବା ପରେ ସେ ସାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ବିମାନ ଯୋଗେ କୋଲ୍‌କାତା ଅଭିମୁଖେ ଯାତ୍ରା କରିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମର ଆନୁଷଙ୍ଗିକ ପ୍ରଶାସନିକ ପ୍ରସ୍ତୁତି ଓ ସୁରକ୍ଷା ସମ୍ପର୍କିତ ତଦାରଖ ବ୍ୟବସ୍ଥା ବିଷୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଶୁକ୍ରବାର ଲୋକସେବା ଭବନରେ ରାଜ୍ୟ ପ୍ରଶାସନ ତଥା ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀଙ୍କ ସହ ସବିଶେଷ ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ପହଞ୍ଚତ୍ବା ପରେ ତାଙ୍କୁ ପାଛୋଟି ନେବା ଓ ମେଲାଣି ଦେବା ସମୟରେ ସୁରକ୍ଷା ଓ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ତାଙ୍କର ଜରୁରିକାଳୀନ ସାମୟିକ ରହଣି ବ୍ୟବସ୍ଥା, ପ୍ରସ୍ତୁତ ହେବାକୁ ଥିବା ମଞ୍ଚର ସୁରକ୍ଷା ଯାଞ୍ଚ, କାରକେଡ୍‌ ବ୍ୟବସ୍ଥା, ଭିଭିଆଇପି ଯାତ୍ରା ସମୟରେ ବିଭିନ୍ନ ସେବା ପାଇଁ ଆବଶ୍ୟକ ଯାନ ବ୍ୟବସ୍ଥା, ବ୍ୟବହୃତ ହେବାକୁଥିବା ହେଲିକପ୍ଟରର ନିରାପତ୍ତା, ଚିକିତ୍ସା ବ୍ୟବସ୍ଥା ପାଇଁ ଆମ୍ବୁଲାନ୍ସ ପ୍ରସ୍ତୁତି, କାର୍ଯ୍ୟକ୍ରମ ସ୍ଥଳ ନିକଟସ୍ଥ ଡାକ୍ତରଖାନାକୁ ସ୍ବତନ୍ତ୍ର ବ୍ୟବସ୍ଥା ସହ ପୂର୍ଣ୍ଣ ପ୍ରସ୍ତୁତ ରଖିବା, ଭିଭିଆଇପିଙ୍କ ଦ୍ୱାରା ବ୍ୟବହୃତ ହେବାକୁଥିବା ସଡ଼କର ଆବଶ୍ୟକ ମରାମତି ଓ ରକ୍ଷଣାବେକ୍ଷଣ, ପରିମଳ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହକୁ ନିଶ୍ଚିତ କରାଯିବା ସମ୍ପର୍କରେ ବୈଠକରେ ବିଶଦ୍‌ ଭାବେ ଆଲୋଚନା କରାଯାଇଛି। କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବା ପାଇଁ ରାଜ୍ୟ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ। ଏହି ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବରିଷ୍ଠ ଅଧିକାରୀ ଏବଂ ପୋଲିସ ଡିଜି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ।...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

କାଳବୈଶାଖୀର ପ୍ରଭାବରେ ତାପମାତ୍ରା ହ୍ରାସ; ୧୯୦୧ ମସିହା ପରଠାରୁ ଗତ ଏପ୍ରିଲ ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର,୯।୫: କାଳବୈଶାଖୀ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଏବଂ ମଧ୍ୟ ଭାଗରେ ଝଡବର୍ଷା ହୋଇଥିବା...

ବ୍ୟାପୁଛି ରୁବେଲା ଭାଇରସ, ଗର୍ଭବତୀଙ୍କୁ ସତର୍କ କରାଇଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫: ରୁବେଲା ଭାଇରସକୁ ନେଇ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସତର୍କ କାରାଇଛନ୍ତି। ସେ କହିଛନ୍ତି, ଗର୍ଭବତୀ ମହିଳାଙ୍କ ଠାରେ ରୁବେଲା ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri