ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାର ୫୨ ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଶନିବାର ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୫ଟି ଜିଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ଏହ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହିଆସିଛି। ମୁଁ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭଉଣୀଭାଇମାନଙ୍କୁ ଭେଟୁଛି ବୋଲି ପ୍ରକାଶ କରି ସେ କହିଥିଲେ, ଚାଷୀଙ୍କ ପାଇଁ ଆମର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍‌ ଭଲ କାମ କରୁଛି।

ଏହି ସବୁ ପ୍ରକଳ୍ପଗୁଡ଼ିକରେ ୫-ଟି ଉପକ୍ରମ ଅଧୀନରେ ଟେକ୍ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗଡ଼ିକୁ ତ୍ୱରାନ୍ବିତ କରାଯାଉଛି। ଭୂତଳ ପାଇପ୍‌ଲାଇନ ଜରିଆରେ ଜଳସେଚନ ଯୋଗୁ ବିସ୍ଥାପନ ସମସ୍ୟା ଦୂର ହୋଇଥିବା ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡ଼ର କୁସୁମୀ ବ୍ୟାରେଜ ଉଦ୍‌ଘାଟିତ ହୋଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ ୩ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ। ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପ ଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି।

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହାଦ୍ବାରା କଟକ ଜିଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାଓ୍ବାଟ୍‌ର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଛି। ହାଡୁଆ ଡ୍ୟାମ୍‌ ଓ ତା’ର ଭୂତଳ ପାଇପ୍‌ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ଅଟେ।

କଟକ ଡିମିରିଆ-ରାଉତପଡ଼ା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପୀନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପ୍‌ଲାଇନ ଓ ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri