ରାତିରେ ବୁଲୁଛି ଭାଲୁ

ଖୁଣ୍ଟା,୩।୩ (ଦେବରଞ୍ଜନ ବେହେରା): ମୟୂରଭଞ୍ଜ ଜିଲା ଉଦଳା ରେଞ୍ଜ୍‌ ଖୁଣ୍ଟା ଅଞ୍ଚଳରେ ଗତ କିଛିଦିନ ଧରି ଭାଲୁ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ସାନଖୁଣ୍ଟା ପଞ୍ଚାୟତବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଏକ ସପ୍ତାହ ପୂର୍ବେ ରାତି ପ୍ରାୟ ୯ଟା ବେଳେ ବଡ଼ଖୁଣ୍ଟା ଗ୍ରାମ ସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ଏକ ଭାଲୁ ପ୍ରବେଶ କରିଥିବା କେତେଜଣ ପ୍ରତ୍ୟେକ୍ଷଦର୍ଶୀ ବନ ବିଭାଗକୁ ଖବର ଦେଇଥିଲେ। ଭାଲୁକୁ ଖୋଜିବା ପାଇଁ ବନ ବିଭାଗକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ନାକେଦମ୍‌ ହେବାକୁ ପଡ଼ିଥିଲା। ହେଲେ ଭାଲୁର କୌଣସି ଟେର୍‌ ମିଳିପାରି ନ ଥିଲା। ଏହାର ମାତ୍ର କିଛିଦିନର ବ୍ୟବଧାନ ପରେ ପୁଣି ଭାଲୁର ସ୍ଥିତି ଦୃଶ୍ୟମାନ ହୋଇଛି। ଶୁକ୍ରବାର ରାତି ପ୍ରାୟ ୯ଟା ବେଳେ ସୁରୁକୁନା ଗ୍ରାମର ଏକ ବସ୍ତି ରାସ୍ତାରେ ଭାଲୁ ଚଳପ୍ରଚଳ କରୁଥିବାର ଭିଡିଓ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ସମ୍ମୁଖରେ ଲଗାଯାଇଥିବା ସିସି କ୍ୟାମେରାରେ କଏଦ ହୋଇଥିଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଏ ସମ୍ପର୍କରେ ଖୁଣ୍ଟା ଫରେଷ୍ଟର ଅର୍ପିତା ଦେବାଙ୍ଗନା କହିଛନ୍ତି, ସୁରୁକୁନା ଗ୍ରାମ ସମେତ ଅନ୍ୟ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ରହିବା ପାଇଁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭାଗ ପକ୍ଷରୁ ସନ୍ଧ୍ୟାଠାରୁ ସକାଳ ପର୍ଯ୍ୟନ୍ତ ଉକ୍ତ ରାସ୍ତା ଓ ଗ୍ରାମଗୁଡ଼ିକରେ ପାଟ୍ରୋଲିଂ ଜାରି ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri