Odisha Elections 2024

ହଳଦୀଗଡ଼ିଆରେ ଜଳ ସଙ୍କଟ

କୋରେଇ,୪ା୩ (ଚନ୍ଦ୍ରକାନ୍ତ ପତି):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ହଳଦୀଗଡ଼ିଆ ଗ୍ରାମରେ ଦୀର୍ଘଦିନ ହେବ ଜଳସଙ୍କଟ ଲାଗି ରହିଛି। ଫଳରେ ପିଇବା ପାଣି ପାଇଁ ଶତାଧିକ ଲୋକ ଦହଗଞ୍ଜ ହେଉଛନ୍ତି। ଏପରି କି ପାଣି ପାଇଁ ଗ୍ରାମର ମହିଳାମାନଙ୍କୁ ମାଇଲମାଇଲ ଦୂର ଚାଲିବାକୁ ପଡୁଛି। ଏନେଇ ଗ୍ରାମବାସୀ ବ୍ଲକ କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସ୍ଥାୟୀ ପ୍ରତିକାର ହୋଇପାରୁନାହିଁ।
ସୂଚନା ଅନୁଯାୟୀ, ଗ୍ରାମୀଣ ଜଳ ଯୋଗାଣ ଏବଂ ପରିମଳ ବିଭାଗ (ଆରଡବ୍ଲ୍ୟୁଏସ୍‌ଏସ୍‌) ପକ୍ଷରୁ ଏହି ଗ୍ରାମରେ ପ୍ରାୟ ୫ ବର୍ଷ ତଳେ ବସୁଧା ଯୋଜନାରେ ଏକ ବୋରିଂ କରାଯାଇଥିଲା। ଗ୍ରାମର ୩ ସାହିର ପ୍ରାୟ ୧୫୦ ପରିବାରଙ୍କୁ ପାଇପ୍‌ ଯୋଗେ ଜଳ ଯୋଗାଇବା ଲକ୍ଷ୍ୟରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଥିଲା। ମାତ୍ର ପରିତାପର ବିଷୟ ଗତ ୧ ବର୍ଷ ହେବ ଏହି ପ୍ରକଳ୍ପ ବନ୍ଦ ହୋଇ ପଡ଼ିରହିଛି। ପଞ୍ଚାୟତ ଅଫିସ ପକ୍ଷରୁ ବିଦ୍ୟୁତ୍‌ ବିଲ ପୈଠ କରାଯାଇ ନ ଥିବାରୁ ବିଦ୍ୟୁତ୍‌ ବିଭାଗ ଅଧିକାରୀ ଏହି ପ୍ରକଳ୍ପରୁ ବିଜୁଳି କାଟିଦେଇଛନ୍ତି। ଫଳରେ ବର୍ଷେ ହେବ ହଳଦୀଗଡ଼ିଆ ଗ୍ରାମବାସୀ ପାଣି ପାଇଁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିରୁ ଗ୍ରାମବାସୀଙ୍କ ଏହି ସମସ୍ୟା ମୁଣ୍ଡ ବ୍ୟଥାର କାରଣ ହୋଇଛି। ତେଣୁ ଏହି ସମସ୍ୟାର ତୁରନ୍ତ ସମାଧାନ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି ହୋଇଛି। ଏନେଇ କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ବେହେରାଙ୍କୁ ପଚାରିବାରେ ସେ କହିଛନ୍ତି, ବକେୟା ବିଦ୍ୟୁତ୍‌ ବିଲ ଏବଂ ଶୀତଦିନ ପାଇଁ ଜଳ ଯୋଗାଣ ବନ୍ଦ ରହିଛି। ଖୁବ୍‌ଶୀଘ୍ର ଏହାକୁ ଚାଲୁ କରାଯିବ। ଦେଖିବାକୁ ଅପେକ୍ଷା କେବେ ଏହାକୁ ଚାଲୁ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri