Odisha Elections 2024

ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହଙ୍କ ଉପସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ସୋମବାର ଶୁଭୋଜିତଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ପରିବାର ଲୋକଙ୍କ ଉପସ୍ଥିତିରେ ସତ୍ୟନଗର ଶ୍ମଶାନରେ  ଶୁଭୋଜିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।
ଭୁବନେଶର କଳ୍ପନା ଅଞ୍ଚଳର ବିଶ୍ୱଜିତ ସାହୁଙ୍କ ୮ ବର୍ଷୀୟ ପୁଅ ଶୁଭୋଜିତ ବିଜେବି ଇଲିଂଶ ମିଡିୟମ ସ୍କୁଲରେ ପାଠ ପୁଥିଲେ। ଗତ ବୁଧବାର ପରୀକ୍ଷା ଦେବାକୁ ଯାଇଥିବା ବେଳେ ହଠାତ୍‌ ଚେତା ହରାଇ ତଳେ ପଡ଼ି ଯାଇଥିଲେ । ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସ୍ବାସ୍ଥ୍ୟ ଅବସ୍ଥାରେ ସାମାନ୍ୟ ଉନ୍ନତି ଘଟିଥିଲା। ମାତ୍ର ଗତ ଗୁରୁବାର ଡାକ୍ତର ତାଙ୍କୁ ବ୍ରେନ ଡେଡ୍‌ ଘୋଷଣା କରିଥିଲେ। ମାତ୍ର ପରିବାର ଲୋକେ କିନ୍ତୁ ଅନ୍ୟ ଶରୀରରେ ପୁଅ ବଞ୍ଚୁ ବୋଲି ଭାବି ଅଙ୍ଗଦାନ କରିବାକୁ ନିଷ୍ପତ୍ତି ନେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri