Odisha Elections 2024

ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ସର୍ବାଧିକ

ଭୁବନେଶ୍ୱର,୫ା୩(ଅସମାପିକା ସାହୁ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ଭୁବନେଶ୍ୱର ନୀଳାଦ୍ରି ବିହାରଠାରେ ରାଜ୍ୟ ଟିକା ଭଣ୍ଡାର ଉଦ୍‌ଘାଟିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଉଦ୍‌ଘାଟନ କରି ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟ-୫ ଅନୁଯାୟୀ ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ୯୦.୫%, ଯାହା ଦେଶର ସମସ୍ତ ରାଜ୍ୟ ମଧ୍ୟରେ ସର୍ବାଧିକ ବୋଲି କହିଥିଲେ। ଶାସନ ସଚିବ ଶାଳିନୀ ପଣ୍ଡିତ କହିଲେ, ରାଜ୍ୟରେ ପ୍ରତ୍ୟେକ ଶିଶୁଙ୍କର ଶତପ୍ରତିଶତ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରତିଶ୍ରୁତିବଦ୍ଧ। ପାଞ୍ଚବର୍ଷରୁ କମ୍‌ ଶିଶୁଙ୍କ ମଧ୍ୟରେ ମୃତ୍ୟୁ ହାର ହ୍ରାସ କରିବାରେ ଟିକାକରଣର ଉଲ୍ଲେଖନୀୟ ଅବଦାନ ରହିଛି। ଏସ୍‌ଆର୍‌ଏସ୍‌ ତଥ୍ୟ ଅନୁସାରେ ୫ ବର୍ଷରୁ କମ୍‌ ଶିଶୁ ମୃତ୍ୟୁ ହାର ୨୦୦୮ରୁ ୨୦୨୦ ମଧ୍ୟରେ ୫୦ ପଏଣ୍ଟ (୮୯ରୁ ୩୯କୁ) ହ୍ରାସ ପାଇଛି। ୟୁନିସେଫ୍‌ ଓଡ଼ିଶାର ଫିଲ୍ଠ ଅଫିସ ମୁଖ୍ୟ ୱିଲିୟମ୍‌ ହାନ୍‌ଲୋନ୍‌ ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣର ଉଲ୍ଲେଖନୀୟ ଅଗ୍ରଗତି ଉପରେ ଆଲୋକପାତ କରି ଓଡ଼ିଶାର ସ୍ବାସ୍ଥ୍ୟସେବା ସୁଦୃଢ଼ୀକରଣ ପାଇଁ ୟୁନିସେଫ୍‌ ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡା. ବୃନ୍ଦା ଡି କହିଛନ୍ତି, ଏହି ଟିକା ଭଣ୍ଡାରରେ ଟିକା ଓ ଲଜିଷ୍ଟିକ୍‌ ସଂରକ୍ଷଣ ପାଇଁ ପର୍ଯ୍ୟାପ୍ତ କ୍ଷମତା ଅଛି। ରାଜ୍ୟ, ଆଞ୍ଚଳିକ, ଜିଲା ଭ୍ୟାକ୍ସିନ୍‌ ଷ୍ଟୋରଗୁଡ଼ିକର ଉନ୍ନତ ପରିଚାଳନା ପାଇଁ ଏଠାରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ ପର୍ଯ୍ୟାପ୍ତ ମାନବସମ୍ବଳ ନିୟୋଜିତ ହୋଇଛନ୍ତି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ପାଣିଗ୍ରାହୀ କହିଛନ୍ତି, ପର୍ଯ୍ୟାପ୍ତ ଭିତ୍ତିଭୂମି, ମାନବସମ୍ବଳ ସହିତ ଓଡ଼ିଶାର କୋଲ୍ଡ ଚେନ୍‌ ଓ ଭ୍ୟାକ୍ସିନ୍‌ ମ୍ୟାନେଜ୍‌ମେଣ୍ଟ ବ୍ୟବସ୍ଥା ବହୁତ ସୁଦୃଢ଼। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ସମସ୍ତ ନିର୍ଦ୍ଦେଶକ ଏବଂ ୟୁନିସେଫ୍‌, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ, ୟୁଏନ୍‌ଡିପି ଓ ଜେଏସ୍‌ଆଇର ରାଜ୍ୟ ପ୍ରତିନିଧି ଯୋଗଦେଇଥିଲେ। ଏହି ଅବସରରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଗୁଣାତ୍ମକ ଟିକା ଯୋଗାଣ ସମ୍ବନ୍ଧୀୟ ପୁସ୍ତିକାକୁ ଅତିଥିମାନେ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri