ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା

ଭୁବନେଶ୍ୱର,୬।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍‌କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ’ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି ।
ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର। ଏଣୁ ମୋ ପରିବାରର ଲୋକମାନେ କିପରି ସୁସ୍ଥ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।

ସୂଚନାଯୋଗ୍ୟ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

ଏବେ ବିଏସ୍‌କଓ୍ବୋଇ ନବୀନ କାର୍ଡ ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। ୫-ଟି ଅଧ୍ୟକ୍ଷଙ୍କ ଜିଲାଗସ୍ତ ସମୟରେ ଗ୍ରାମାଞ୍ଚଳର ବିଏସ୍‌କଓ୍ବୋଇ ପାଇବାରୁ ବଞ୍ଚିତ ଲୋକେ ଏହି ଯୋଜନାରେ ସାମିଲ ହେବା ପାଇଁ ଅନୁରୋଧ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସ୍‌କଓ୍ବୋଇ ନବୀନ କାର୍ଡରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri