Posted inଜାତୀୟ

ଲୋକ ସଭା ନିର୍ବାଚନ ଲଢିବେ ନାହିଁ ମଲ୍ଲିକାର୍ଜୁନ? ଗୁଲବର୍ଗା ଆସନରୁ ଏହି ନାମକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୭।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁତୁରା ରାଧାକୃଷ୍ଣ ଦୋଡାମଣି କର୍ନାଟକର ଗୁଲବର୍ଗା ଆସନରୁ ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ଦଳ ଟିକେଟ ପାଇଁ ଦୃଢ ପ୍ରତିଯୋଗୀ ଭାବରେ ଉଭା ହୋଇଛନ୍ତି। ମଲ୍ଲିକାର୍ଜୁନ ଖାର୍ଗେ (୮୧) ଗୁଲବର୍ଗା (କଲବୁରାଗି) ଲୋକ ସଭା ଆସନରୁ ଦୁଇଥର ଜିତିଛନ୍ତି, କିନ୍ତୁ ୨୦୧୯ ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।

ମଲ୍ଲିକାର୍ଜୁନ ଖାର୍ଗେ କଲବୁରାଗିରୁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ସପକ୍ଷରେ ନାହାଁନ୍ତି ବୋଲି ଦଳର ବରିଷ୍ଠ ନେତା କହିଛନ୍ତି, ରାଜ୍ୟ ସଭାରେ ବିରୋଧୀ ଦଳର ନେତାଙ୍କର ଅନେକ ଦାୟିତ୍ୱ ରହିଛି। ଜାତୀୟ ସ୍ତରରେ ପାର୍ଟି ବ୍ୟାପାର ପରିଚାଳନା ବ୍ୟତୀତ ତାଙ୍କୁ ଇଣ୍ଡିଆନ ନେଶନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ (ଇଣ୍ଡିଆ ଆଲାଇନ୍ସ) ର ସହଭାଗୀମାନଙ୍କ ସହ ସମନ୍ବୟ ରକ୍ଷା କରିବାକୁ ପଡିବ।
ସେ କହିଛନ୍ତି, ଏହା ବ୍ୟତୀତ ତାଙ୍କର ରାଜ୍ୟ ସଭାରେ ଚାରି ବର୍ଷରୁ ଅଧିକ କାର୍ଯ୍ୟକାଳ ବାକି ଅଛି। ତାଙ୍କ ପୁଅ ପ୍ରିୟଙ୍କ ଖାର୍ଗେ ଗୁଲବର୍ଗ ଅଞ୍ଚଳର ଚିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଛନ୍ତି ଏବଂ କର୍ନାଟକର ସିଦ୍ଧରମୟାଙ୍କ ନେତୃତ୍ୱାଧୀନ ସରକାରରେ ଜଣେ ମନ୍ତ୍ରୀ ଅଟନ୍ତି। ସେ ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଆଗ୍ରହୀ ନୁହଁନ୍ତି।
ଦଳର ନେତା କହିଛନ୍ତି, ଶିକ୍ଷାନୁଷ୍ଠାନ ପରିଚାଳନା କରୁଥିବା ଜଣେ ବ୍ୟବସାୟୀ ଡୋଡାମଣି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ବୋଲି ଜଣାପଡିଛି। ପାର୍ଟି ସୂତ୍ରରୁ ପ୍ରକାଶ ଯେ ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ସମେତ ବରିଷ୍ଠ ନେତାଙ୍କ ପରାମର୍ଶ କ୍ରମେ ଖାର୍ଗେ ନିର୍ବାଚନ ଲଢିବେ କା ନା ତାହାର ଶେଷ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri