୨୦ ବର୍ଷରେ ବହୁ ଆଗକୁ ବଢ଼ିଛନ୍ତି ମହିଳା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ଅନିଲ ଦାସ): ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାର ମହିଳାମାନେ ବହୁତ ଆଗକୁ ବଢ଼ିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ଉଦ୍ୟମ ଜାରି ରଖିଛନ୍ତି ବୋଲି ବିଶ୍ୱ ମହିଳା ଦିବସ ଉପଲକ୍ଷେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଲୋକସେବା କନ୍‌ଭେନଶନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେଉଁଠାରେ ମା’ମାନଙ୍କୁ ସମ୍ମାନ ମିଳେ, ସେଠାରେ ଦେବତାମାନେ ବାସ କରନ୍ତି ବୋଲି ଆମ ଶାସ୍ତ୍ରରେ ବର୍ଣ୍ଣନା ଅଛି। ରାଜ୍ୟରେ ମହିଳାମାନେ ଏବେ ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଛନ୍ତି। ରାଜ୍ୟର ୩୦ ଜିଲା ପରିଷଦ ମଧ୍ୟରୁ ୨୦ଟିର ନେତୃତ୍ୱ ମହିଳାମାନେ ନେତୃତ୍ୱ ନେଉଛନ୍ତି। ପଞ୍ଚାୟତ ଓ ପୌର ସଂସ୍ଥାଗୁଡ଼ିକରେ ୫୦%ରୁ ଅଧିକ ମହିଳା ପ୍ରତିନିଧିତ୍ୱ କରୁଛନ୍ତି। ସେହିପରି ଅର୍ଥନୈତିକ ଉନ୍ନତି କ୍ଷେତ୍ରରେ ମିଶନ ଶକ୍ତିର ଉଦାହରଣ ଦେଇ ସେ କହିଛନ୍ତି, ଏହା ଦ୍ୱାରା ମା’ମାନେ ଛୋଟ ଛୋଟ ବ୍ୟବସାୟ ଜରିଆରେ ଅର୍ଥ ରୋଜଗାର କରି ନିଜ ପରିବାର ପାଇଁ ଅବଦାନ ରଖୁଛନ୍ତି। ଏହା ଏକ ବହୁତ ବଡ଼ ପରିବର୍ତ୍ତନ। ଏହା ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ସହିତ ସେମାନଙ୍କୁ ବଡ଼ ସ୍ବପ୍ନ ଦେଖିବାକୁ ପ୍ରେରଣା ଦେଇଛି। ରାଜ୍ୟ ସରକାର ମଧ୍ୟ ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ କୋଟି କୋଟି ଟଙ୍କାର ସରକାରୀ କାମ ଦେଉଛନ୍ତି। ସେମାନେ ମଧ୍ୟ ଏହି ଦାୟିତ୍ୱ ବହୁତ ଭଲ ଭାବରେ ତୁଲାଉଛନ୍ତି । ବର୍ତ୍ତମାନ ମହିଳାମାନେ ଆଉ ଏକ ପାଦ ଆଗକୁ ଯାଇ ଉଦ୍ୟୋଗୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ଏଥିପାଇଁ ୧୦ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଦେଉଛନ୍ତି। ମା’ମାନେ ଆଗକୁ ବଢ଼ନ୍ତୁ, ମୁଁ ଆପଣମାନଙ୍କ ସହିତ ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ମହିଳାମାନଙ୍କ ସାମାଜିକ ଅଧିକାରର ସୁରକ୍ଷା ଓ ପ୍ରତିଷ୍ଠା ବୃଦ୍ଧି ପାଇଁ ମଧ୍ୟ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଅଧିକ ସୁବିଧା ଦେଉଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ମିଳୁଥିବା ବେଳେ ମହିଳାମାନଙ୍କୁ ୧୦ ଲକ୍ଷ ଟଙ୍କାର ସୁବିଧା ମିଳୁଛି। ନୂଆ-ଓ ଛାତ୍ରବୃତ୍ତିରେ ଝିଅମାନଙ୍କୁ ଅଧିକ ୧ ହଜାର ଟଙ୍କା ମିଳୁଛି। ଲକ୍ଷ୍ମୀ ବସ୍‌ରେ ମା’ମାନେ ଅଧା ଦାମରେ ମାତ୍ର ୫ ଟଙ୍କାରେ ଯିବାଆସିବା କରୁଛନ୍ତି। କେବଳ ସେତିକି ନୁହେଁ, ରାଶନ କାର୍ଡ, ବିଏସ୍‌କଓ୍ବୋଇ କାର୍ଡ, ପକ୍କାଘର ଆଦି ସବୁ ମା’ମାନଙ୍କ ନାଁରେ ରହୁଛି। ମହିଳାଙ୍କ ନାଁରେ ଜମି କିଣାହେଲେ ରେଜିଷ୍ଟ୍ରେଶନରେ ବହୁତ ରିହାତି ଦିଆଯାଉଛି। ଏହିସବୁ ପଦକ୍ଷେପ ଦ୍ୱାରା ସମାଜରେ ମା’ମାନଙ୍କ ଗୁରୁତ୍ୱ ବୃଦ୍ଧି ପାଇଛି। ମା’ମାନଙ୍କ ପାଖରେ ବହୁତ ସମ୍ଭାବନା ରହିଛି। ସେମାନେ ଦୃଢ଼ନିଶ୍ଚୟ ହେଲେ ଜୀବନରେ ବହୁତ କିଛି ହାସଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri