Odisha Elections 2024

ସଂଯୋଗ ବିଚ୍ଛିନ୍ନ ପରେ ପ୍ରଶାସନର ତନାଘନା

ଅନୁଗୋଳ,୮ା୩(ଅମିତ କୁମାର ସାମଲ): ଅନୁଗୋଳରେ ନିର୍ମାଣ ହୋଇଛି ବିଶ୍ୱସ୍ତରୀୟ ଲାଇବ୍ରେରି ବ୍ଲାକ ଡାଇମଣ୍ଡ। ହରିମୌରି ଛକ ନିକଟରେ ନିର୍ମିତ ଏହି ଲାଇବ୍ରେରି ଗତ ଡିସେମ୍ବର ୮ରେ ଉଦ୍‌ଘାଟିତ ହୋଇଥିଲା। ହେଲେ ଉଦ୍‌ଘାଟନ ପରଠାରୁ ଏହାର ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ଏପରି କି ମାତ୍ର ୩ ମାସରେ ଏହି ବିଲ୍‌ ୧୯ ଲକ୍ଷ ୯୧ ହଜାର ଟଙ୍କାରେ ପହଞ୍ଚିଥିବା ବେଳେ ଦାୟିତ୍ୱରେ ଥିବା ଜିଲା ନିଜାରତ ବିଭାଗ ବିଲ୍‌ ପୈଠ ନ କରିବାରୁ ଗୁରୁବାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏହି ବିଶ୍ୱସ୍ତରୀୟ ଲାଇବ୍ରେରୀର ସଂଯୋଗ କାଟି ଦିଆଯାଇଥିଲା। ଏହି ଘଟଣା ଜଣାପଡ଼ିବା ପରେ ଜିଲା ପ୍ରଶାସନକୁ ସାଧାରଣରେ ତୀବ୍ର ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ଖବରପାଇ ଅତିରିକ୍ତ ଜିଲାପାଳ ପ୍ରତାପ ପ୍ରୀତିମୟ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପହଞ୍ଚତ୍ ଯାଇଥିଲେ। ତେବେ ତାଗିଦ କରିବା ବେଳେ ବିଦ୍ୟୁତ୍‌ କାର୍ଯ୍ୟାଳୟର କର୍ମଚାରୀମାନେ ବିଲ୍‌ ନେଇ ବାରମ୍ବାର ନୋଟିସ ଦିଆଯାଇଥିବାର ପ୍ରମାଣ ଦେଖାଇବା ପରେ ଅତିରିକ୍ତ ଜିଲାପାଳ ଖୁବଶୀଘ୍ର ବିଲ୍‌ ପୈଠ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବ୍ଲାକ ଡାଇମଣ୍ଡକୁ ପୁନଃ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ପ୍ରତାପ ପ୍ରୀତିମୟ କହିଛନ୍ତି, ବିଜୁଳି ବିଲ୍‌ ବକେୟା ନାହିଁ। ବିଦ୍ୟୁତ୍‌ ବିଭାଗ ପୂର୍ବରୁ କୌଣସି ନୋଟିସ ଦେଇନାହିଁ। ବିଦ୍ୟୁତ୍‌ ବିଭାଗ ସରକାରଙ୍କ ଏକ ଅଙ୍ଗ। ତେବେ ବିଭାଗର ଆଭ୍ୟନ୍ତରଣୀୟ ଘଟଣା ହୋଇଥିବାରୁ ଅଧିକ କିଛି କହି ହେବ ନାହିଁ। ଅପରପକ୍ଷରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୁହାଯାଇଛି, ବିଲ୍‌ ବକେୟା ଥିବା ବିଷୟରେ ବାରମ୍ବାର ନୋଟିସ ଦିଆଯାଇଥିଲା। ବିଲ୍‌ ପୈଠ କରା ନ ଯିବାରୁ ସଂଯୋଗ କାଟି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧% ମତଦାନ

ଛତ୍ରପୁର,୨୦ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆସିକା ଲୋକ ସଭା ଓ ଏହା ଅଧୀନ ୭ ବିଧାନସଭା ଆସନ ଏବଂ କନ୍ଧମାଳ ଲୋକ ସଭା ଅଧୀନ ତଥା...

ମାଓବାଦୀ-ଯବାନ ଗୁଳିବିନିମୟ: ଯବାନ ଗୁରୁତର

ନୂଆପଡ଼ା,୨୦।୫,(ମକାରୁ ବେମାଲ): ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା କୋମନା ଥାନା ସୁନାବେଡ଼ା ଅଭୟାରଣ୍ୟ ଭିତରେ ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ବିଜେଡି ସରକାରରେ ଓଡ଼ିଶା...

ମା’ଙ୍କ ସହିତ ଯାଇ ଭୋଟ ଦେଲେ ଦେବେଶ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri