ଭୁବନେଶ୍ୱର,୯।୩: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଷ୍ଟିଲ୍ର ଅଗ୍ରଣୀ ୟୁନିଟ୍ ଟାଟା ଷ୍ଟିଲ୍ କଳିଙ୍ଗନଗର (ଟିଏସ୍କେ)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟିଏସ୍କେକୁ ଲାର୍ଜ ସ୍କେଲ୍ ମାନ୍ୟୁଫାକ୍ଚରିଂ ସେକ୍ଟର ବର୍ଗରେ ସମ୍ମାନଜନକ କନ୍ଫେଡେରେଶନ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଏସ୍ଏଚ୍ଇ (ନିରାପତ୍ତା, ସ୍ବାସ୍ଥ୍ୟ ଓ ପରିବେଶ) ଉତ୍କର୍ଷ ପୁରସ୍କାର ୨୦୨୨-୨୦୨୩ରେ ‘ପ୍ରଥମ ରନର ଅପ୍’ ଭାବେ ପୁରସ୍କୃତ କରାଯାଇଛି। ଏପରିକି ଭୁବନେଶ୍ୱରଠାରେ ଆୟୋଜିତ ସିଆଇଆଇ ଓଡ଼ିଶା ବାର୍ଷିକ ସମ୍ମିଳନୀରେ ଟିଏସ୍କେକୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟିଏସ୍କେର ନିରାପତ୍ତା ବିଭାଗର ମୁଖ୍ୟ ରବି ମିଶ୍ର, ଟିଏସ୍କେର ଇସ୍ପାତ ମାନବ ସମ୍ବଳ ବ୍ୟବସାୟ ସହଯୋଗୀ ବିଭାଗର ମୁଖ୍ୟ ଯଶବନ୍ତ କୁମାର ପାଣ୍ଡେ, ଟିଏସ୍କେର ଲଜିଷ୍ଟିକ୍ ଅପରେଶନ ବିଭାଗର ମୁଖ୍ୟ ଶୁଭ୍ରାଂଶୁ ଶେଖର ରାଉତ ପ୍ରମୁଖ ଉକ୍ତ ସମ୍ମିଳନୀରେ ଯୋଗଦେଇ ଏହି ପୁରସ୍କାର ଗ୍ରହଣ କରିଥିଲେ। ଟିଏସ୍କେ ଏହାର କର୍ମଚାରୀଙ୍କ ନିରାପତ୍ତା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ବିଶ୍ୱସ୍ତରୀୟ ସର୍ବୋତ୍ତମ ଅଭ୍ୟାସ ଏବଂ ଅଭିନବ ପଦ୍ଧତି କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତିବଦ୍ଧ ରହିଛି।
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର...
Archives


