Posted inଜାତୀୟ

ଜମ୍ମୁ-କଶ୍ମୀରରେ ଲୋକ ସଭା ନିର୍ବାଚନ ସହ ହୋଇପାରେ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୯।୩: ଆନ୍ଧ୍ରପ୍ରଦେଶ, ଓଡ଼ିଶା, ସିକ୍କିମ ଏବଂ ଅରୁଣାଚଳ ପ୍ରଦେଶ ତଥା ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇପାରେ। ବିଶେଷ ସୂତ୍ରରୁ ପ୍ରକାଶ ଯେ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ଆୟୋଗ ବୈଠକରେ ଏହି ବିଷୟରେ ଆଲୋଚନା କରାଯାଇଥିଲା। ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ସାରା ଦେଶରେ ସୁରକ୍ଷା ବାହିନୀ ନିୟୋଜନ ସମ୍ପର୍କରେ ଆୟୋଗ ଗୃହ ମନ୍ତ୍ରଣାଳୟର ଅଧିକାରୀ ତଥା ରେଳ ମନ୍ତ୍ରଣାଳୟର ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।
ଗତ ବର୍ଷ ଡିସେମ୍ବରରେ ସୁପ୍ରିମକୋର୍ଟ ଚଳିତ ବର୍ଷ ସେପ୍ଟେମ୍ବର ୩୦ସୁଦ୍ଧା ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଚଳିତ ବର୍ଷ ଏପ୍ରିଲ-ମେ’ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସହିତ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ମଧ୍ୟ ହୋଇପାରିବ କି ନାହିଁ ସେ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସରକାରୀ ବିବୃତ୍ତି ନାହିଁ।
ଆନ୍ଧ୍ରପ୍ରଦେଶ, ଓଡ଼ିଶା, ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମ ବିଧାନସଭାର କାର୍ଯ୍ୟକାଳ ମଧ୍ୟ ଜୁନ ମାସରେ ଶେଷ ହେବ ଏବଂ ଲୋକ ସଭା ନିର୍ବାଚନ ସହିତ ଏହି ରାଜ୍ୟଗୁଡିକରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଅରୁଣ ଗୋୟଲ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକ ଏପରି ଏକ ସମୟରେ ଘଟିଛି ଯେତେବେଳେ ନିର୍ବାଚନ ଆୟୋଗର ଏକ ଟିମ ଆସନ୍ତା ସପ୍ତାହରେ ଜମ୍ମୁ-କଶ୍ମୀର ଯାଇ ନିର୍ବାଚନ ପ୍ରସ୍ତୁତିର ଆକଳନ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri