୧୫୦ ପରିବାର ସ୍ଥାନାନ୍ତର

ବନ୍ତଳା,୧୫ା୮ (ଡି.ଏନ.ଏ.) ମହାନଦୀରେ ବନ୍ୟା ଯୋଗୁ ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡା ପଞ୍ଚାୟତର ୪ ଗାଁ ପାଣି ଘେରରେ ରହିଛି। ତେବେ ଉକ୍ତ ଗାଁରୁ ପ୍ରାୟ ୧୫୦ ପରିବାରକୁ ପ୍ରଶାସନ ପକ୍ଷରୁ ନିକଟସ୍ଥ ହାଇସ୍କୁଲ, ୟୁପି ସ୍କୁଲ ଓ ପଞ୍ଚାୟତ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ଅନୁଗୋଳ ଉପଜିଲାପାଳ, ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର, ପୁରୁଣାକୋଟ ରେଞ୍ଜର, ଟିକରପଡା ରେଞ୍ଜର, ପୁରୁଣା କୋଟ ରାଜସ୍ବ ଅଧିକାରୀ ବନ୍ୟାଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବା ସହିତ ବିପନ୍ନଙ୍କ ନିମନ୍ତେ ରିଲିଫ ବ୍ୟବସ୍ଥା କରିଥିବା ଜଣାପଡ଼ିଛି। ସେହିପରି ବନ ବିଭାଗ ପକ୍ଷରୁ ୮ଟି ଡଙ୍ଗା ଯୋଗାଇ ଦିଆଯାଇଛି।
ବୁଧବାର ରାତିରେ ହଠାତ ବନ୍ୟା ପାଣି ପଞ୍ଚାୟତର ଘାଟ ସାହିକୁ ପ୍ରବେଶ କରିଥିଲା। ଫଳରେ ସାହି ବାସିନ୍ଦା ଭୟଭୀତ ହୋଇ ପଡ଼ିଥିଲେ। କେତେଜଣ ସେହି ରାତିରେ ଘର ଛାଡ଼ି ନିକଟସ୍ଥ ସ୍କୁଲକୁ ଚାଲି ଯାଇଥିଲେ। ସକାଳେ ବ୍ଲକ ଓ ତହସିଲର ଅଧିକାରୀମାନେ ପହଞ୍ଚି ଅନ୍ୟମାନଙ୍କୁ ସ୍ଥାନାନ୍ତର କରି ହାଇସ୍କୁଲ, ୟୁପି ସ୍କୁଲ ଓ ପଞ୍ଚାୟତ କାର୍ଯ୍ୟାଳୟରେ ରଖିଥିଲେ। ପରେ ଘଟଣାସ୍ଥଳକୁ ଉପଜିଲାପାଳ ବାସୁଦେବ ଶତପଥୀ, ବିଡିଓ ମାୟାଧର ବେହେରା, ତହସିଲଦାର ବିଚିତ୍ରାନନ୍ଦ ନାୟକ, ଅତିରିକ୍ତ ତହସିଲଦାର, ପୁରୁଣାକୋଟ ରେଞ୍ଜର ଗଜେନ୍ଦ୍ର ବେହେରା, ଟିକରପଡା ରେଞ୍ଜର ଜୟନ୍ତ ପଟ୍ଟନାୟକ, ପୁରୁଣାକୋଟ ରାଜସ୍ବ ଅଧିକାରୀମାନେ ପହଞ୍ଚିଥିଲେ। ଘାଟସାହିର ୭୨ ପରିବାର, ନୂଆସାହି, କେଉଟ ସାହି, ବସଷ୍ଟାଣ୍ଡ ସାହି, ରେଞ୍ଜ ଅଫିସ ସାହିର ୧୫୦ ପରିବାର ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି। କେତେଜଣ ବିପନ୍ନଙ୍କ ଘର ପାଣିରେ ଭାଙ୍ଗି ଯାଇଛି। ସେହିପରି ଗଇନ୍ଦି, ମଝିପଡା, ବେହେରା ସାହି, ରାମି ମୁଣ୍ଡା ଗ୍ରାମ ପାଣି ଘେରରେ ରହିଛି। ଉକ୍ତ ଗ୍ରାମକୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ରହିଛି। ବିପନ୍ନ ଚିତ୍ତରଞ୍ଜନ ନାଏକ, ବିନୋଦ ବେହେରା, ମାନସ ବେହେରା, ସାନନ୍ଦ ନାଏକ, ଦୀପକ ବେହେରା ପ୍ରମୁଖ ବନ୍ୟା ସମ୍ପର୍କରେ ପ୍ରଶାସନ ଆଗୁଆ ସୂଚନା ଦେଇ ନ ଥିବା ଅଭିଯୋଗ କରିଛନ୍ତି। ଏଥିସହ ତୁରନ୍ତ ରିଲିଫ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ବାସୁଦେବ ଶତପଥୀ କହିଛନ୍ତି, ଘାଟ ସାହି, ନୂଆସାହି ବାସିନ୍ଦାଙ୍କୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଏଥିସହିତ ତିନିଦିନ ରନ୍ଧା ଖାଦ୍ୟର ବ୍ୟବସ୍ଥା କରାଯାଇଛି। ବନ୍ତଳା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ବିପନ୍ନମାନଙ୍କ ପାଖରେ ପହଞ୍ଚିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରଶାସନକୁ ୮ ଟି ଡଙ୍ଗା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri