Posted inରାଜ୍ୟ

ବିଜେଡି-ଭାଜପା ଅସନ୍ତୁଷ୍ଟ ନେତାଙ୍କୁ ପ୍ରାର୍ଥୀ କରିପାରେ କଂଗ୍ରେସ

ଭୁବନେଶ୍ୱର, ୧୧।୩:(ସୁନିତ୍‌ ମିଶ୍ର) ୨୦୨୪ ନିର୍ବାଚନ ତାରିଖ କୌଣସି ସମୟରେ ଘୋଷଣା ହୋଇଯାଇପାରେ। ଏହା ପୂର୍ବରୁ ସବୁ ଦଳ ବର୍ତ୍ତମାନ ଉଭୟ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ହୋଇଗଲେଣି। ବିଜେଡି-ଭାଜପା ମେଣ୍ଟ ହେବାକୁ ଥିବାରୁ ଉଭୟ ଦଳ ମଧ୍ୟରେ ଆସନ ବୁଝାମଣା ନ ହେବା ପର୍ଯ୍ୟନ୍ତ ପ୍ରାର୍ଥୀ ଚୟନ ହୋଇପାରିବ ନାହିଁ। ଏପରି ସ୍ଥିତିରେ ମାର୍ଚ୍ଚ ପ୍ରଥମ ସପ୍ତାହ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବାକୁ ଥିବା କଂଗ୍ରେସ ଏହି କାର୍ଯ୍ୟରେ ବିଳମ୍ବ କରିଦେଇଛି।

ଗତ ୯ ତାରିଖରେ ଦିଲ୍ଲୀରେ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ସ୍କ୍ରିନିଂ କମିଟି ବୈଠକ ହୋଇଥିବା ବେଳେ ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଓଡ଼ିଶା ପ୍ରଭାରୀ ଅଜୟ କୁମାର ମଧ୍ୟ ଯୋଗ ଦେଇଥିଲେ। ହେଲେ ଆଗକୁ ଆଉଥରେ ସ୍କ୍ରିନିଂ କମିଟି ବସିବ ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ତୃତୀୟ ପର୍ଯ୍ୟାୟ ସ୍କ୍ରିନିଂ କମିଟି ବସିବା ପରେ ପ୍ରାର୍ଥୀ ତାଲିକା ଚୂଡାନ୍ତ ହେବ ବୋଲି ଜଣାପଡ଼ିଛି।

ଅନ୍ୟପଟେ ଶରତ ପଟ୍ଟନାୟକ ରବିବାର ଦିଲ୍ଲୀରୁ ଓଡ଼ିିଶା ଫେରି ଆସିଛନ୍ତି। ଏଭଳି ସ୍ଥିତିରେ ବିଜେଡି-ଭାଜପା ମେଣ୍ଟରୁ ଫାଇଦା ନେବା ସକାଶେ କଂଗ୍ରେସ ଆଉ ଏକ ଯୋଜନା କରିଛି। ବିଜେଡି-ଭାଜପାର ମେଣ୍ଟ ହେବା ପରେ ଯେଉଁମାନଙ୍କ ଟିକେଟ କଟିବ କିମ୍ବା ଯେଉଁମାନେ ଅସନ୍ତୁଷ୍ଟ ହେବେ, ସେମାନଙ୍କ ମଧ୍ୟରୁ ୭୦ରୁ ୮୦ ପ୍ରତିଶତଙ୍କୁ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ କରିବା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ କୁଆଡେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଶୀର୍ଷ ନେତୃତ୍ୱ ନିର୍ଦ୍ଦେଶ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri