ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ପରିମାଣ ବଢ଼ାଇଲେ ସରକାର, ଉପକୃତ ହେବେ ୧ ଲକ୍ଷ ୨୬ ହଜାର ୧୦ କର୍ମକର୍ତ୍ତା

ଭୁବନେଶ୍ୱର,୧୧ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି ଘୋଷଣା କରିଛନ୍ତି।

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେଶନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକର କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା ଦିଗରେ ଏହି ଫେଡେରେଶନଗୁଡ଼ିକର ସ୍ବତନ୍ତ୍ର ଭୂମିକା ରହିଛି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରେଶନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେଶନର ସଭାପତି ଏ ସମ୍ପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।

ବ୍ଲକସ୍ତରୀୟ ଫେଡେରେଶନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ।

ସେହିପରି ପଞ୍ଚାୟତସ୍ତରୀୟ ଫେଡେରଶନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରେଶନ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରେଶନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪। ଏହିପରି ମୋଟ୍‌ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri