Odisha Elections 2024

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଓସେପା ମେରିଟ୍‌ ଲିଷ୍ଟ ଖାରଜ କଲେ ହାଇକୋର୍ଟ

କଟକ,୧୨।୩ (କାର୍ତ୍ତିକ ସାହୁ): ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ବିଚାରପତି ବିରଜା ପ୍ରସନ୍ନ ଶତପଥୀ ମାମଲାର ରାୟ ପ୍ରକାଶ କରି ଓଡ଼ିଶା ସ୍କୁଲ ଏଜୁକେସନ ପ୍ରୋଗ୍ରାମ ଅଥରିଟି (ଓସେପା)ର ମେରିଟ ଲିଷ୍ଟ ଖାରଜ କରିଛନ୍ତି। ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ କନିଷ୍ଠ ଶିକ୍ଷକ ନିଯୁକ୍ତି ନିମନ୍ତେ ଅନ୍‌ଲାଇନ୍‌ ଆବେଦନ ପାଇଁ ୨୦୨୩ ସେପ୍ଟେମ୍ବର ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନପତ୍ର ଦାଖଲର ଶେଷ ତାରିଖ ଅକ୍ଟୋବର ୧୦ ତାରିଖ ଥିଲା। ଆବେଦନ ପ୍ରକ୍ରିୟା ଶେଷ ପରେ ୨୦୨୪ ଜାନୁୟାରୀ ୧୫ ତାରିଖରେ ଓସେପା ପକ୍ଷରୁ ଡ୍ରାଫ୍ଟ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା। ଏହି ମେଧା ତାଲିକାରେ ପ୍ରକାଶିତ ଆବେଦନକାରୀଙ୍କ ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରାଯିବ ବୋଲି ଓସେପା ପକ୍ଷରୁ ଜାନୁଆରୀ ୧୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାଞ୍ଚ କାର୍ଯ୍ୟକ୍ରମ ପାଇଁ ପ୍ରତି ଜିଲାରେ ନିର୍ଦ୍ଧାରିତ ହୋଇଥିବା ସ୍ଥାନ ସମ୍ପର୍କରେ ମଧ୍ୟ ବିଜ୍ଞପ୍ତିରେ ସୂଚନା ଦିଆଯାଇଥିଲା। ହେଲେ ଏହି ମେଧା ତାଲିକା ନିୟମ ଉଲ୍ଲଂଘନ କରି ପ୍ରସ୍ତୁତ କରାଯାଇଥିବା ଓ ଗଣଶିକ୍ଷା ବିଭାଗର ମୂଳ ନିଯୁକ୍ତି ବିଜ୍ଞପ୍ତିରେ ଥିବା ସର୍ତ୍ତାବଳୀକୁ ପାଳନ କରାଯାଇନଥିବା ନେଇ ଅଭିଯୋଗ ହୋଇଥିଲା। ଏହାଦ୍ୱାରା ବହୁ ଯୋଗ୍ୟ ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରୁ ବାଦ ପଡ଼ିଛନ୍ତି। ଫଳରେ ଉକ୍ତ ମେଧା ତାଲିକାକୁ ରଦ୍ଦ କରିବା ନେଇ ଜେ. ଆର. ମହାରଣା ଓ ଅନ୍ୟମାନେ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ଜାନୁୟାରୀ ୧୯ ତାରିଖରେ ମାମଲାର ଶୁଣାଣି କରି ନିଯୁକ୍ତି ପ୍ରକ୍ରିୟା ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଥିଲେ। ସାର୍ଟିଫିକେଟ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଚାଲୁ ରହିବ, ମାତ୍ର ଚୟନ ଓ ନିଯୁକ୍ତି ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରି କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଜିଲା ଅନୁଯାୟୀ ମେଧା ତାଲିକା ପ୍ରକାଶ କରାଯାଇଥିବା ଦର୍ଶାଇଥିଲେ। ପୂର୍ବରୁ ପ୍ରକାଶିତ ମେଧା ତାଲିକା ପ୍ରତ୍ୟାହାର ହୋଇଛି କି ନାହିଁ ସେନେଇ ସତ୍ୟପାଠ ଦାଖଲ କରିବାକୁ ପୁଣି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଗତ ଜାନୁୟାରୀ ୩୧ ତାରିଖରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ରାଜ୍ୟ ସରକାର ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା...

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି।...

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri