ଆଜି ହୋଇଯିବ କ୍ଲିଅର, ମେଣ୍ଟକୁ ନେଇ ଆସିଲା ବଡ ଖବର

ଭୁବନେଶ୍ୱର,୧୩।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ କେଁ ରହିଛି? ଯାହା ଚର୍ଚ୍ଚା ହେଉଛି ଦିଲ୍ଲୀରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ତୁହାକୁ ତୁହା ବୈଠକ ବସିଛି। ହେଲେ ନିଷ୍କର୍ସ କଣ ବାହାରୁଛି କାହାକୁ ଜଣାନାହିଁ। ଯାହା ଖବର ଆସୁଛି ଯେ ଲୋକସଭା ଆସନକୁ ନେଇ ବୁଝାମଣା ସରିଛି। କିନ୍ତୁ ବିଧାନସଭା ଆସନ କ୍ଷେତ୍ରରେ ଅଙ୍କ ଛିଡୁନି।

ଗତକାଲି ଠୁ ଦୁଇଟି ଦିଗର ଫିଗର ଉପରେ ଚର୍ଚ୍ଚା ହେଉଛି। ଗୋଟିଏ ହେଲା ୧୦୫-୪୨ ଆଉ ଏକ ହେଲା ୯୮-୪୯। ଏହି ଫିଗର ଉପରେ ରାଜଧାନୀ ଦିଲ୍ଲୀରେ ଭାଜପା ଶିବିରରେ ଓଡିଶା ମେଣ୍ଟକୁ ନେଇ କସରତ ଚାଲିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହା ଓ ଖୋଦ୍‌ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ପ୍ରସଙ୍ଗରେ ଚାଲିଥିବା ଖବର ଉପରେ ନଜର ରଖିଛନ୍ତି। ଅନ୍ୟପଟେ ରାଜ୍ୟର ଶାସକ ଦଳ ବିଜେଡିର ଅସମ୍ଭବ ନିରବତାକୁ ନେଇ ଏହି ନୂଆ ମେଣ୍ଟ ଚର୍ଚ୍ଚାରେ ଟ୍ବିଷ୍ଟ ଆଣୁଛି। କୁହାଯାଉଛି ମେଣ୍ଟକୁ ନେଇ ବିଜେଡି ପକ୍ଷରୁ ଗ୍ରୀନ ସିଗନାଲ ଦିଆ ସରିଛି। ଏବେ ସବୁ ଭାଜପା ଉପରେ ନିର୍ଭର କରୁଛି। ଅର୍ଥାତ ମେଣ୍ଟର ଭାଗ୍ୟ ଏବେ ଅମିତ ଶାହା ଓ ନରେନ୍ଦ୍ର ମୋଦିଙ୍କ ନିକଟରେ ଝୁଲୁଛି।

ତେବେ ସବୁଠାରୁ ବଡ କଥା ହେଉଛି ମେଣ୍ଟ ପାଇଁ କଣ୍ଟା ସାଜିଛନ୍ତି ରାଜ୍ୟ ଭାଜପା ନେତୃତ୍ୱ। କୁହାଯାଉଛି କୁଆଡେ ରାଜ୍ୟ ଭାଜପା ନେତାମାନେ ବିଜେଡି ସହ ଭାଜପା ମେଣ୍ଟକୁ ନାପସନ୍ଦ କରୁଛନ୍ତି। ହେଲେ କେନ୍ଦ୍ରୀୟ ନେତୃତ୍ୱ ରାଜ୍ୟ ଭାଜପା ନେତାଙ୍କୁ ଏପ୍ରସଙ୍ଗରେ ବୁଝାଉଛନ୍ତି। ସେପଟେ ତୃଣମୂଳ ସ୍ତରରେ ଥିବା ନେତାମାନେ ମେଣ୍ଟକୁ ନେଇ ଦ୍ୱନ୍ଦରେ ପଡିଛନ୍ତି। ସେମାନେ ମେଣ୍ଟ ହେବା ନେଇ ଉପରସ୍ତ ନେତାଙ୍କ ଠୁ କୌଣସି ସୁରାକ ପାଇପାରୁ ନାହାନ୍ତି। କେବଳ ଗଣମାଧ୍ୟମରେ ଚର୍ଚ୍ଚା ଉପରେ ସେମାନେ ନଜର ରଖିଛନ୍ତି। ଏଭଳି ସ୍ଥିତିରେ ତୃଣମୂଳ ସ୍ତରରେ ଆଗାମୀ ନିର୍ବାଚନକୁ ନେଇ କ’ଣ ରଣନୀତି ପ୍ରସ୍ତୁତ କରିବେ ପୁରା ଦ୍ୱନ୍ଦରେ କର୍ମୀ ଓ ନେତା।

ଏସବୁ ଭିତରେ କଂଗ୍ରେସର ରଣନୀତି ଉପରେ ମଧ୍ୟ ସମସ୍ତଙ୍କର ନଜର ରହିଛି। ଯେତେବେଳେ ରାଜ୍ୟରେ ବିଜେଡି-ଭାଜପା ଭିତରେ ମେଣ୍ଟ ନେଇ ନୂଆ ସମ୍ଭାବନା ସୃଷ୍ଟି ହୋଇଛି। କଂଗ୍ରେସର କଣ ରଣନୀତି ରହିବ ସେନେଇ ସମସ୍ତଙ୍କ ମନରେ ଉତ୍ସୁକତା ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri