Posted inଜାତୀୟ

ଶକ୍ତି ପରୀକ୍ଷାରେ ପାସ୍‌ ହେଲେ ସୈନି ସରକାର

ଚଣ୍ଡିଗଡ,୧୩।୩: ହରିୟାଣାର ନୟାବ ସିଂ ସାଇନି ସରକାର ଗୃହରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ବୁଧବାର ଉପସ୍ଥାପିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଧ୍ୱନିମତ ଦ୍ୱାରା ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହା ପରେ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।
ହରିଆଣା ବିଧାନସଭାରେ ସଂଖ୍ୟାଗରିଷ୍ଠତା ପାଇଁ ୪୬ ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିବାବେଳେ ଭାଜପାକୁ ୪୮ ବିଧାୟକଙ୍କ ସମର୍ଥନ ମିଳିଛି। ଏଥିମଧ୍ୟରୁ ଭାଜପାର ୪୧ ଜଣ ବିଧାୟକ ଥିବା ବେଳେ ୬ ଜଣ ସ୍ବାଧୀନ ବିଧାୟକ ଓ ହରିଆଣାର ଲୋକହିତ ପାର୍ଟିର ଏକମାତ୍ର ବିଧାୟକ ଗୋପାଳ କାଣ୍ଡଙ୍କ ସମର୍ଥନ ମିଳିଛି।
ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର ଓ ତାଙ୍କ ମନ୍ତ୍ରିମଣ୍ଡଳ ମଙ୍ଗଳବାର ଇସ୍ତଫା ଦେବାର କିଛି ସମୟ ପରେ ଭାଜପା ନେତା ନାୟବ ସିଂ ସୈନି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସମେତ ନୂଆ ମନ୍ତ୍ରୀ ପରିଷଦର ୫ ଜଣ ସଦସ୍ୟ ଶପଥ ନେଇଥିଲେ। ସେମାନେ ହେଲେ ଭାଜପା ବିଧାୟକ କନଓ୍ବର ପାଲ୍‌, ମୂଲ୍‌ଚାନ୍ଦ ଶର୍ମା, ଜୟପ୍ରକାଶ ଦଲାଲ, ବନଓ୍ବାରିଲାଲ୍‌ ଏବଂ ସ୍ବାଧୀନ ବିଧାୟକ ରଣଜିତ ସିଂ ଚୌତାଲା। ସୈନି ଶପଥ ନେବା ପରେ ଖଟ୍ଟାରଙ୍କ ନିକଟରେ ମୁଣ୍ଡ ନୁଆଁଇ ଆଶୀର୍ବାଦ ନେଇଥିଲେ।
ଲୋକ ସଭା ନିର୍ବାଚନ ଆଉ କିଛି ସପ୍ତାହ ବାକି ଥିବାବେଳେ ଅକ୍ଟୋବରରେ ହରିୟାଣା ବିଧାନସଭା ନିର୍ବାଚନ ହେବ। ଏହା ପୂର୍ବରୁ ଭାଜପା ରାଜ୍ୟ ନେତୃତ୍ୱରେ ପରିବର୍ତ୍ତନ କରିଛି। ସରକାର ବିରୋଧୀ ହାଓ୍ବାକୁ ଏଡ଼ାଇବା ପାଇଁ ଏଭଳି ପରିବର୍ତ୍ତନ କରାଯାଇଥିବା କୁହାଯାଉଛି। ପୂର୍ବରୁ ଗୁଜରାଟ ଓ ଉତ୍ତରାଖଣ୍ଡରେ ମଧ୍ୟ ଦଳ ଅନୁରୂପ ପଦକ୍ଷେପ ନେଇ ବିପୁଳ ବ୍ୟବଧାନରେ ବିଜୟୀ ହୋଇଥିଲା। ସୈନିଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରି ଭାଜପା ସାଧାରଣ ନିର୍ବାଚନ ପୂର୍ବରୁ ଜାତି ଏବଂ ଓବିସି ସମୀକରଣକୁ ଗୁରୁତ୍ୱ ଦେଇଛି।
ଲୋକ ସଭା ନିର୍ବାଚନରେ ଆସନ ବୁଝାମଣାକୁ ନେଇ ସହଯୋଗୀ ଦଳ ଜନନାୟକ ଜନତା ପାର୍ଟି (ଜେଜେପି) ସହ ଭାଜପା ମତଭେଦ ପରେ ମେଣ୍ଟ ସରକାର ଭାଙ୍ଗିବା ଆଶଙ୍କା କରାଯାଉଥିଲା। ହରିୟାଣାର ୧୦ ଆସନ ମଧ୍ୟରୁ ଜେଜେପି ପାଇଁ ଏହାର ନେତା ଦୁଷ୍ୟନ୍ତ ଚୌତାଲା ୨ଟି ଆସନ ମାଗିଥିବାବେଳେ ଭାଜପା ଗୋଟିଏ ଆସନ ଛାଡ଼ିବାକୁ ପ୍ରସ୍ତୁତ ଥିଲା। ୨୦୧୯ ନିର୍ବାଚନରେ ଭାଜପା ୧୦ଟି ଆସନରେ ଜିତିଥିଲା। ମେଣ୍ଟ ଭାଙ୍ଗିବା ପରେ ଜେଜେପି ସମସ୍ତ ୧୦ ଆସନରେ ଲଢ଼ିବ ବୋଲି କହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri