Odisha Elections 2024

ରୂପ୍ରାରୋଡ୍‌ ରେଳ ଷ୍ଟେଶନରେ ମିଳୁନି ପାନୀୟ ଜଳ, ଯାତ୍ରୀ ହନ୍ତସନ୍ତ

ନର୍ଲା,୧୪ା୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୂପାରୋଡ୍‌ ରେଳଷ୍ଟେଶନ ପ୍ଲାଟ୍‌ଫର୍ମରେ ପାନୀୟ ଜଳର ବ୍ୟବସ୍ଥା ନ ଥିବାରୁ ଯାତ୍ରୀମାନେ ଶୋଷରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି।

ପ୍ରାପ୍ତ ସୂଚନାନୁଯାୟୀ, ଏହି ପ୍ଲାଟ୍‌ଫର୍ମରେ ପାଣି ପୋଷ୍ଟରେ ବର୍ଷ ବର୍ଷ ଧରି ପାଣି ଆସୁନାହିଁ। ରେଳ ବିଭାଗ ପକ୍ଷରୁ ମଧ୍ୟ କୌଣସି ପାନୀୟ ଜଳର ବ୍ୟବସ୍ଥା ନ ଥିବା ବେଳେ ଧର୍ମକୁ ଆଖିଠାର ଭଳି ଗୋଟିଏ ମାତ୍ର ନଳକୂପ ଅଚଳ ହୋଇପଡ଼ିରହିଛି। ଏପଟେ ପ୍ରବଳ ଖରା ସାଙ୍ଗକୁ ଝାଞ୍ଜି ପବନରେ କଲବଲ ହେଉଥିବା ଯାତ୍ରୀ ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି। ଏଥିପ୍ରତି ରେଳ ବିଭାଗ ଉଚ୍ଚ କର୍ତ୍ତୃପକ୍ଷଙ୍କ କାହାରି ନଜର ନ ଥିବା ଭଳି ମନେ ହୁଏ ଏଭଳି ସମସ୍ୟାକୁ ନେଇ ରୂପ୍ରାରୋଡ୍‌ ଷ୍ଟେଶନ ମାଷ୍ଟରକୁ ପଚାରିବାରୁ ଆମେ ବିଭାଗକୁ ଲିଖିତ ଭାବରେ ଅଭିଯୋଗ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ପ୍ରକାର ସମାଧାନ ହୋଇ ନ ଥିବା ପ୍ରକାଶ କରିଛନ୍ତି। ଏଣୁ ଯାତ୍ରୀମାନଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ଯଥାଶୀଘ୍ର ରୂପ୍ରାରୋଡ୍‌ ରେଳ ଷ୍ଟେଶନରେ ପାନୀୟ ଜଳର ବ୍ୟବସ୍ଥା କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ

ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ...

ରାଇକିଆରେ ଚାଲିଛି ମତଦାନ

ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ

ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି

କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା...

ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା

ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି।...

ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri