Posted inରାଜ୍ୟ

ଟୁଇଟ୍ ଡିଲିଟ କଲେ ମନମୋହନ, ଚୁପ୍ ରହିଲା ବିଜେଡି, ପୁଣି ବଢ଼ିଲା ମେଣ୍ଟ ସମ୍ଭାବନା

ଭୁବନେଶ୍ୱର,୧୪।୩: ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ମେଣ୍ଟ ଖବର ଆହୁରି ଘନୀଭୂତ ହୋଇଛି। ଗୁରୁବାର ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ପରେ ଦଳର ନେତା ମେଣ୍ଟ ଖବରକୁ ନେଇ ଚୁପ୍ ରହିଛନ୍ତି।

ଏହା ପୂର୍ବରୁ ଗୁରୁବାର ସକାଳୁ ଦିଲ୍ଲୀରୁ ଫେରି ଭାଜପା ରାଜ୍ୟ ସଭାପତି ମନମୋହନ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିବା ସହ ଏକ୍ସରେ ପୋଷ୍ଟ କରି ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ସେ କହିଥିଲେ ଏବଂ ସରକାର ଗଠନ କରିବାକୁ ଦାବି କରିଥିଲେ। ତେବେ ପରେ ସେ ଏହି ପୋଷ୍ଟଟି ଏକ୍ସରୁ ଡିଲିଟ କରିଦେଇଥିଲେ। ଏଥିସହିତ ତାଙ୍କୁ ଦଳର କେନ୍ଦ୍ରୀୟ ନେତୃତ୍ୱ ନୂଆଦିଲ୍ଲୀରେ ଆଲୋଚନା ପାଇଁ ଡକାଇଥିବା ଜଣାପଡିଛି।

ଅନ୍ୟପକ୍ଷରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ତାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏଥିରେ ଦଳର ବହୁ ବରିଷ୍ଠ ନେତା ଯୋଗ ଦେଇଥିଲେ।

ଆଶା କରାଯାଉଥିଲା ଯେ ବିଜେଡି ଭାଜପା ସହ ମେଣ୍ଟ ସମ୍ପର୍କରେ ଚୂଡ଼ାନ୍ତ ଘୋଷଣା କରିବ। ତେବେ ଏହି ବୈଠକରେ ଯୋଗ ଦେଇଥିବା ବିଜେଡି ଉପାଧ୍ୟକ୍ଷ ଦେବୀ ମିଶ୍ର ସୂଚନା ଦେଇଛନ୍ତି ଯେ ଦଳର ସୁପ୍ରିମୋ ଏହି ବୈଠକରେ ନିର୍ବାଚନ ରଣନୀତି ଏବଂ ତୃଣମୂଳ ସ୍ତରରେ ଲୋକଙ୍କ ନିକଟରେ କିପରି ପହଞ୍ଚିବେ ସେ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri