ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘରେ ପୂରାଇ ଜିଅନ୍ତା ଜାଳିଦେଲେ ସ୍ବାମୀ

ଭୋଗରାଇ,୧୫ା୩(ପ୍ରଦୀପ ଦାସ): ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଘର ଭିତରେ ନୃଶଂସ ଭାବେ ନିଆଁ ଲଗାଇ ଜିଅନ୍ତା ଜାଳି ଦେଇଛନ୍ତି ସ୍ବାମୀ। ଏପରି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ରସଲପୁର ଗ୍ରାମ ନୂଆପାଲି ବଡାମ ବାସୁଳୀ ଛକରେ। ସୂଚନା ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘର ଭିତରେ ଜଳୁଥିବା ମହିଳାଙ୍କ ଦେହରୁ ନିଆଁ ଲିଭାଇଥିଲେ ମଧ୍ୟ ମହିଳା ଜିଅନ୍ତା ଜଳିଯାଇଛନ୍ତି। ମୃତ ମହିଳା ହେଲେ ଅର୍ଚ୍ଚନା ବେହେରା(୨୮)।

ପଡ଼ୋଶୀଙ୍କ କହିବା ଅନୁଯାୟୀ, ମୃତ ଅର୍ଚ୍ଚନାଙ୍କ ସ୍ବାମୀ ଭାସ୍କର ବେହେରା ବାହାର ରାଜ୍ୟରେ ସ୍ତ୍ରୀ ସହିତ ଯାଇ କାମଧନ୍ଦା କରନ୍ତି। ଘରକୁ ଆସିଲେ ପାଖରେ ରହି ସ୍ତ୍ରୀଙ୍କ ଚରିତ୍ରକୁ ବାରମ୍ବାର ସନ୍ଦେହ କରୁଥିଲେ। ଶୁକ୍ରବାର ସକାଳେ ଭାସ୍କରଙ୍କ ଘରୁ ଧୂଆଁ ବାହାରୁ ଥିବାରୁ ପଡ଼ୋଶୀ ଦେଖି ସମସ୍ତଙ୍କୁ କହିବାରୁ ଘର ଭିତରେ ନିଆଁ ଜଳୁଥିବା ପୋଲିସକୁ ଖବର ଦେଇଥିଲେ। ଭାସ୍କର ସ୍ତ୍ରୀଙ୍କୁ ଘରେ ପୂରାଇ ନିଆଁ ଲଗାଇ ଦେଇ ଚମ୍ପଟ ମାରିଥିବାର ଅଭିଯୋଗ ହୋଇଛି। ଭୋଗରାଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଡ଼ି ଯାଇଥିବା ମୃତଦେହ ଉଦ୍ଧାର କରି ପ୍ରାଥମିକ ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ସ୍ବାମୀ ଭୋଗରାଇ ଥାନାରେ ଆତ୍ମସମର୍ପଣ କରିଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri