Odisha Elections 2024

କଂଗ୍ରେସରେ ବିଜେଡିର ୨ ପୂର୍ବତନ ଏମ୍‌ପି ଯଶୋବନ୍ତ, ଶକୁନ୍ତଳା

ଭୁବନେଶ୍ୱର/ କେନ୍ଦୁଝର ୧୬।୩(ସୁନିତ୍‌ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକସଭାର ୨ ପୂର୍ବତନ ବିଜେଡି ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀ  ବିଜେଡି ଛାଡି କଂଗ୍ରେସରେ ଯୋଗଦେଇଛନ୍ତି। ଦୀର୍ଘ ବର୍ଷ ହେଲା କୋଣଠେସା ହୋଇ ବସି ରହିଥିବାରୁ ଲାଗୁରୀ ଦମ୍ପତି ଶାସକ ଦଳ ଛାଡ଼ିଥିବା ନିଜ ପ୍ରତିକ୍ରିୟାରେ କହିଛନ୍ତି। ରାଜ୍ୟ କଂଗ୍ରେସ ଭବନରେ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର, ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ ନେତା ବିଜୟ ପଟ୍ଟନାୟକ ଓ ଅନ୍ୟମାନଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ବିଜେଡିର ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଦଳ ଛାଡ଼ିବା ପରେ ଦୁଇ ବଡ଼ ନେତା ଦଳ ଛାଡ଼ିବା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶଯୋଗ୍ୟ, ଭାଜପା, ବିଜେଡି ମେଣ୍ଟ ସରକାର ଭାଙ୍ଗିବା ପରେ ୨୦୦୯ରେ ଯଶୋବନ୍ତ ବିଜେଡିର ଲୋକସଭା ପ୍ରାର୍ଥୀ ହୋଇ ଜିତିଥିଲେ। ୨୦୧୪ରେ ବିଜେଡି ମହିଳାମାନଙ୍କୁ ପ୍ରାଧାନ୍ୟ ଦେବାକୁ ଯାଇ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀଙ୍କୁ ଲୋକସଭା ପ୍ରାର୍ଥୀ କରି ସିଟ ବଜାଇ ରଖିଥିଲା। ହେଲେ ପରବର୍ତ୍ତୀ ସମୟରେ ଦଳ ତାଙ୍କୁ ଅଣଦେଖା କରି ଚନ୍ଦ୍ରାଣୀ ମୁର୍ମୁଙ୍କୁ ଟିକେଟ ଦେଇ ସିଟ ହାତେଇଥିଲା। ଏହାକୁ ନେଇ ଲାଗୁରୀ ଦମ୍ପତି ଓ ତାଙ୍କ ସମର୍ଥକ ଅସନ୍ତୁଷ୍ଟ ହୋଇଥିଲେ। ସେମାନେ କହିଛନ୍ତି, ବିଜେଡି ଆଉ ଗଣତାନ୍ତ୍ରିକ ଦଳ ହୋଇ ରହିନାହିଁ। ଏହା ବ୍ୟବସାୟିକ ଫାର୍ମରେ ପରିଣତ ହୋଇଯାଇଛି। ୧୦ ବର୍ଷ ହେଲା ତାଙ୍କୁ କୌଣସି ଦାୟିତ୍ୱ ଦିଆଗଲା ନାହିଁ କିମ୍ବା କାର୍ଯ୍ୟକ୍ରମକୁ ଡକାଗଲାନାହିଁ। ତେଣୁ ଦେଶ ବିକାଶରେ ବହୁ କିଛି କରିଥିବା କଂଗ୍ରେସରେ ଯୋଗଦେଇ ଜିଲାର ବିକାଶ ପାଇଁ କାମ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri