ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା, ଆଶଙ୍କାରେ…

ଭୁବନେଶ୍ୱର,୧୮।୩: ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଶା ଓ ଆଶଙ୍କା ମଧ୍ୟରେ ଲୋକେ। କେନ୍ଦ୍ରାପଡା ମହାକାଳପଡ଼ା ଆସନରୁ ଏଥର କିଏ ଏବଂ କେଉଁ ଦଳର ଠିଆ ହେବ ତାକୁ ନେଇ କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗିରହିଛି । ଅରବିନ୍ଦ ବିଜେଡିରେ ଯୋଗଦେବା ପରେ ଆଗାମୀ ରଣନିିତି ସ୍ଥିର କରିବାକୁ ବୈଠକ ପରେ ବୈଠକ କରୁଛନ୍ତି ବିଜୟ ମହାପାତ୍ର । ସ୍ଥାନୀୟ ଗୋଜବାୟାଣୀ ପୀଠରେ ଏକାଠି ହୋଇ ୨୦୨୪ ନିର୍ବାଚନ ରଣନିତି ସମ୍ପର୍କରେ କର୍ମୀଙ୍କ ସହ ଆଲୋଚନା କରିଛନ୍ତି ।
ପୂର୍ବରୁ ବିଜୁବାବୁଙ୍କ ଏକାନ୍ତ ଅନୁଗତ ଥିଲେ ବିଜୟ ମହାପାତ୍ର। ବିଜୁଙ୍କ ମନ୍ତ୍ରୀମଣ୍ଡଳରେ ସେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସିଥିଲେ। ହେଲେ ୨୦୦୦ରେ ବିଜେଡି ପକ୍ଷରୁ ତାଙ୍କୁ ଦଳୀୟ ଟିକେଟ ଦିଆଯାଇଥିଲା। ବିଧାୟକ ପ୍ରାର୍ଥୀ ଭାବେ ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ହେଲେ ଶେଷ ମୁହୂର୍ତ୍ତରେ ତାଙ୍କ ଟିକେଟ ପ୍ରତ୍ୟାହାର କରି ନିଆଯାଇଥିଲା। ଏହାପରେ ସେ ବିଜେଡି ସହ ସମ୍ପର୍କ ଛିନ୍ନ କରିଥିଲେ। ୨୦୦୯ ଓ ୨୦୧୯ ରେ ସେ ପାଟକୁରାରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନାରେ ଅବତୀର୍ଣ୍ଣ ହୋଇଥିଲେ। ହେଲେ ବିଜେଡି ପ୍ରାର୍ଥୀଙ୍କଠାରୁ ସେ ପରାଜିତ ହୋଇଥିଲେ। ୨୦୧୯ ନିର୍ବାଚନ ପରଠାରୁ ବିଜୟ ରାଜନୈତିକ କ୍ଷେତ୍ରରେ ଏକ ପ୍ରକାର ନୀରବ ରହିଥିଲେ। ହେଲେ ୨୦୨୪ ନିର୍ବାଚନ ପୂର୍ବରୁ ତାଙ୍କ ପୁଅ ବିଜେଡିରେ ଯୋଗ ଦେଇଥିଲେ। ପରେ ବିଜୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ସଂନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା

ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ...

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri