Odisha Elections 2024

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୬ ଜଣଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୮।୩(ନବୀନ ରାଜ ଆଚାରୀ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକକୁ ଖଣ୍ଡା ଓ କାତିରେ ମରଣାନ୍ତକ ଆକ୍ରମଣ କରିବା ମାମଲାରେ ସୋମବାର ଗୋଳନ୍ଥରା ଥାନା ପୋଲିସ ଜ୍ୱାଇଁ ଓ ଭିଣେଇ ସମେତ ଛଅ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ରାଳବ ଗ୍ରାମର ପି. କୁରମେୟା ପାତ୍ର (୫୫), ତାଙ୍କ ଭିଣେଇ ଡି ନରସିଂମୁଲୁ ପାତ୍ର (୫୭), ତାଙ୍କ ପୁଆ ଡି. ବାଲୁ ପାତ୍ର (୨୧), ପି ରାହୁଲ ପାତ୍ର (୨୦), ପି ଚେନ୍ଦ୍ରୟା ପାତ୍ର (୨୫), ଓପି ଅଜିତ ପାତ୍ର (୨୦) ବୋଲି ପୋଲିସ ପ୍ରେସ ରିଲିଜରେ ସୂଚନା ଦେଇଛି।
ସୂଚନା ଅନୁସାରେ, ଏହି ଥାନା ଅଧିନସ୍ଥ ରାଳବ ଗ୍ରାମର ବି ସନ୍ତୋଷ ପାତ୍ର ପରିବାର ସହ ସେହି ଗ୍ରାମର ପି. କୁରମେୟା ପାତ୍ର ପରିବାର ପୂର୍ବ ଶତ୍ରୁତା ଲାଗି ରହିଥିଲା। ଉଭୟ ପରିବାର ମଧ୍ୟ୍ୟରେ ଛକାପଞ୍ଝା ଲାଗିରହିଥିଲା। ଗତ ଶୁକ୍ରବାର ସନ୍ଧ୍ୟାରେ ଦୁବପୁଲୀ ଗ୍ରାମ ନିକଟରେ ମେଣ୍ଢା ଶାଳରେ ସନ୍ତୋଷ ଥିବା ବେଳେ କୁରମେୟା ଓ ତାଙ୍କ ଭିଣେଇ ପରିବାର ଲୋକ ମିଶି କାତି ଓ ଖଣ୍ଡାରେ ସନ୍ତୋଷକୁ ଆକ୍ରମଣ କରି ରକ୍ତାକ୍ତ କରି ଦେଇଥିଲେ। ଖବର ପାଇବା ପରେ ପରିବାର ଲୋକ ସେଠାରେ ପହଞ୍ଚି ଗୁରୁତର ସନ୍ତୋଷକୁ ଉଦ୍ଧାର କରି ଆମ୍ବୁଲାନ୍ସରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ତାଙ୍କ ଭାଇ ବି କ୍ରିଷ୍ଣା ପାତ୍ର ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri