ମା’ ମଝିଘରିଆଣୀ ହୁଣ୍ଡି ଟଙ୍କା ଗଣତି ଶେଷ: ବାହାରିଲା ୮୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ରାୟଗଡ଼ା,୧୮।୩(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଟଙ୍କା ଗଣତି ସୋମବାର ଶେଷ ହୋଇଛି। ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା ପୂର୍ବରୁ ମନ୍ଦିରରେ ଥିବା ୯ଟି ଦାନ ହୁଣ୍ଡି ଖୋଲାଯାଇଥିଲା। ଗଣତି ପରେ ହୁଣ୍ଡିରୁ ନଗଦ ୮୯ ଲକ୍ଷ ୭୨ ହଜାର ୨୨୫ ଟଙ୍କା ସହିତ ୬୨ ଗ୍ରାମ ସୁନା ଏବଂ ୨୩୦୦ ଗ୍ରାମ ରୁପା ଅଳଙ୍କାର ମିଳିଛି। ଏଥିସହିତ ୬୬ଟି ବିଦେଶୀ ନୋଟ୍‌ ମଧ୍ୟ ମିଳିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ଟଙ୍କା ଦାନ କରିଥିବା ଅନୁମାନ କରାଯାଉଛି ।

୬ଟି ପୁରୁଣା ୫୦୦ ଟଙ୍କିଆ ନୋଟ ସହ ୩ଟି ୨୦୦୦ ଟଙ୍କିଆ ନୋଟ୍‌ ହୁଣ୍ଡିରୁ ମିଳିଛି। ସୋମବାର ପୂର୍ବାହ୍ନ ୧୦ଟାରୁ ମାଜିଷ୍ଟ୍ରେଟ ଏବଂ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଦୀର୍ଘ ୧୦ ଘଣ୍ଟା ଧରି ଗଣତି ଚାଲିଥିଲା।

ଗତ ସେପ୍ଟେମ୍ବର ୨୭ରେ ଦଶହରା ଉତ୍ସବ ପୂର୍ବରୁ ମନ୍ଦିର ହୁଣ୍ଡି ଖୋଲାଯାଇଥିଲା । ହୁଣ୍ଡିରୁ ୬୮ଲକ୍ଷ ୭୪ ହଜାର ୧୪୦ ଟଙ୍କା ସହିତ ୫୩ ଗ୍ରାମ୍‌ ସୁନା ଓ ୧୭୯୭ ଗ୍ରାମ୍‌ ରୁପା ମିଳିଥିଲା। ଏଥି ସହ ୮ଟି ଆମେରିକୀୟ ଡଲାର ସମେତ ଅନ୍ୟ ଦେଶର ୩ଟି ବିଦେଶୀ ନୋଟ ଏବଂ ୟୁଏଇର ୫ ଡିରହାମ ହୁଣ୍ଡିରୁ ବାହାରିଥିଲା । ବର୍ଷକୁ ୩ ରୁ ୪ ଥର ହୁଣ୍ଡି ଖୋଲାଯାଇ ଗଣତି କରାଯାଉଥିବା ସୂଚନା ମିଳିଛି।

ସୋମବାର ହୁଣ୍ଡିରୁ ମିଳିଥିବା ସମସ୍ତ ଟଙ୍କା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ରଖାଯାଇଛି। ସେହିପରି ସୁନା ଓ ରୁପା ଜିଲା କୋଷାଗାରରେ ରଖାଯାଇଛି। ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ସାମାଜିକ କର୍ମୀ ସାମିଲ ଥିଲେ। ଗଣତି ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri